୧୭ ଇସ୍କନ ସଦସ୍ୟଙ୍କ ବ୍ୟାଙ୍କ୍ ଖାତା ଅଚଳ ନିର୍ଦେଶ

ବାଂଲାଦେଶରେ ଇସ୍କନ କର୍ମକର୍ତ୍ତାଙ୍କ ବ୍ୟାଙ୍କ୍ ଆକାଉଣ୍ଟ ଅଚଳ ନିର୍ଦ୍ଦେଶ। ଇସ୍କନ ସହ ଜଡ଼ିତ ୧୭ ଜଣ କର୍ମକର୍ତ୍ତାଙ୍କ ଆକାଉଣ୍ଟ ଅଚଳ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଂଲାଦେଶ ସରକାର। ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କ ଗିରଫଦାରୀ ପରେ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି।
ପ୍ରକାଶ ଥାଉକି, ନିକଟରେ ହିନ୍ଦୁ ସମର୍ଥକ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଜଣେ ଓକିଲଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ISKCON ଉପରେ ପ୍ରତିବନ୍ଧକ ଲଗାଇବାକୁ ହାଇକୋର୍ଟରେ ଆବେଦନ କରାଯାଇଥିଲା। ହାଇକୋର୍ଟ ଏହି ଆବେଦନକୁ ଖାରଜ କରିବା ପରେ ଇସ୍କନ କର୍ମକର୍ତ୍ତାଙ୍କ ବ୍ୟାଙ୍କ ଆକାଉଣ୍ଟ ଅଚଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଖବରକାଗଜ ପ୍ରୋଥମ୍ ଆଲୋ ରିପୋର୍ଟ ଅନୁସାରେ, ବାଂଲାଦେଶ ଫାଇନାନସିଆଲ ଇଣ୍ଟେଲିଜେନ୍ସ ୟୁନିଟ୍ (BFIU) ବିଭିନ୍ନ ବ୍ୟାଙ୍କ ଏବଂ ଆର୍ଥିକ ପ୍ରତିଷ୍ଠାନକୁ ଏହି ନିର୍ଦ୍ଦେଶନାମା ଜାରି କରିଛି, ଯେଉଁଥିରେ ୧୭ ଜଣ ଇସ୍କନ କର୍ମକର୍ତ୍ତାଙ୍କ ନାମ ଉଲ୍ଲେଖ ରହିଛି। ଗୋଟେ ମାସ ପର୍ଯ୍ୟନ୍ତ ସେମାନଙ୍କ ବ୍ୟାଙ୍କ ଖାତା ଅଚଳ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ସେପଟେ, କେନ୍ଦ୍ରୀୟ ବାଂଲାଦେଶ ବ୍ୟାଙ୍କ ଅଧୀନରେ ଥିବା ଆର୍ଥିକ ଗୁପ୍ତଚର ଏଜେନ୍ସି ବ୍ୟାଙ୍କ ଏବଂ ଆର୍ଥିକ ପ୍ରତିଷ୍ଠାନଗୁଡ଼ିକୁ ଏହି ୧୭ ଜଣ ବ୍ୟକ୍ତିଙ୍କ ମାଲିକାନାରେ ଥିବା ସମସ୍ତ ବ୍ୟବସାୟ ସମ୍ବନ୍ଧୀୟ ଆକାଉଣ୍ଟଗୁଡିକର ସମ୍ପୂର୍ଣ୍ଣ ବିବରଣୀ ସହିତ ସୂଚନା ପଠାଇବାକୁ କହିଛି। ଆସନ୍ତା କାର୍ଯ୍ୟ ଦିବସର ତିନି ଦିନ ମଧ୍ୟରେ ତଥ୍ୟ ଦେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି।

ପ୍ରକାଶ ଥାଉକି, ନିକଟରେ ବାଂଲାଦେଶରେ ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କ ଗିରଫ କରାଯାଇଛି। ଅକ୍ଟୋବର ୩୦ରେ ଦାସଙ୍କ ସମେତ ୧୯ ଜଣଙ୍କ ବିରୁଦ୍ଧରେ ଚଟଗ୍ରାମର କୋଟୱାଲି ପୁଲିସ ଷ୍ଟେସନରେ ଦେଶଦ୍ରୋହ ମାମଲା ରୁଜୁ କରାଯାଇଥିଲା। ତାଙ୍କ ବିରୁଦ୍ଧରେ ଜାତୀୟ ପତାକାକୁ ଅବମାନନା କରାଯାଇଥିବା ଅଭିଯୋଗ ହୋଇଥିଲା।

ଏହି ଅଭିଯୋଗ କ୍ରମେ ଢାକା ଅନ୍ତର୍ଜାତୀୟ ବିମାନବନ୍ଦରରୁ ତାଙ୍କୁ ଗିରଫ କରାଯାଇଛି। କୋର୍ଟ ତାଙ୍କ ଜାମିନ ଆବେଦନ ଖାରଜ କରିବା ପରେ ତାଙ୍କୁ ଜେଲ୍ ପଠାଯାଇଛି।

ଶେଖ ହସିନାଙ୍କ ସରକାର ପରେ ବାଂଲାଦେଶରେ ହିଂସା ଲାଗି ରହିଛି। ସଂରକ୍ଷଣକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଧୀରେ ଧୀରେ ସାମ୍ପ୍ରତିକ ଭେଦଭାବରେ ପରିଣତ ହୋଇଛି। ଏସବୁ ମଧ୍ୟରେ ନୂଆ ସରକାର କି ପଦକ୍ଷେପ ନେଉଛନ୍ତି, ତା’ ଉପରେ ସମସ୍ତଙ୍କ ନଜର ରହିଛି।

  • Related Posts

    ଝାଡ଼ଖଣ୍ଡରେ ଜିଦରେ ଅଟଳ ଛାତ୍ରଛାତ୍ରୀ, ଆଜି ବିଧାନସଭା ଘେରାଉ

    ରାଞ୍ଚି (ଝାଡ଼ଖଣ୍ଡ): JPSC ଏବଂ JSSC ପରୀକ୍ଷାରେ ଅନିୟମିତତା ବିରୋଧରେ ଦୀର୍ଘ 17 ଦିନ ଧରି ଝାଡ଼ଖଣ୍ଡରେ ଛାତ୍ର ଅନ୍ଦୋଳନ ଚାଲିଛି । ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ନେଇ ସରକାର ଓ ଛାତ୍ରଙ୍କ ମଧ୍ୟରେ ଚାଲିଥିବା ବିବାଦ ଥମିନାହିଁ । ଛାତ୍ରଛାତ୍ରୀମାନଙ୍କ…

    Continue reading
    ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି

    ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ ଦିନ ଧରି ଚାଲିଛି, ଏବଂ ସରକାର ଛାତ୍ରମାନଙ୍କ ସହିତ ଆଲୋଚନା କରିବାକୁ ଚେଷ୍ଟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ