୧୮ ଯାଏଁ କାଳବୈଶାଖୀ ପ୍ରଭାବରେ ବର୍ଷା

ଭୁବନେଶ୍ୱର : ଆସନ୍ତା ୧୮ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩୦ରୁ ୪୦କିମି ବେଗରେ ପବନ ବି ବହିବ । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ।

୧୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ଅଛି । କେନ୍ଦୁଝର ଓ ମୟୂରଭଞ୍ଜରେ ଭାରୀ ବର୍ଷା ହୋଇପାରେ । ଶନିବାର ସକାଳରୁ ସନ୍ଧ୍ୟା ଭିତରେ ବାରିପଦାରେ ୪୦ମିମି ବର୍ଷା ହୋଇଛି। ଖୋର୍ଦ୍ଧା, ନୟାଗଡ଼, ଦାରିଙ୍ଗିବାଡ଼ି ଓ ଅନୁଗୁଳରେ ମଧ୍ୟ ବର୍ଷା ହୋଇଛି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ