୧୯ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର ଜଗତ୍‌ସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ ନୟାଗଡ଼ରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୯ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଆଦି ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହିସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

  • Garvita Odia

    Related Posts

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ସମ୍ୱଲପୁର: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଓ ପରେ ପ୍ରତାଡ଼ନା କରିବା ଅଭିଯୋଗରେ ମହିଳା ପୁଲିସ ଦ୍ବାରା ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ…

    ମହିଳା ହେଲପଲାଇନ ନଂ-୧୮୧

    ଭୁବନେଶ୍ୱର:: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧