କଟକ: ମା କଟକ ଚଣ୍ଡୀ ମନ୍ଦିର ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ଦିନ ହେବ ଚାଲୁଥିଲେ ମଧ୍ୟ ଅଧାପାନ୍ତରିଆ କାମ ଫଳରେ ଭକ୍ତମାନେ ନାହିଁନଥିବା ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଏନେଇ ମା’ କଟକ ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି ଉପସଭାପତି ସୁକାନ୍ତ ମହାନ୍ତି ଓ ସଂପାଦକ ଦେବାଶିଷ ରାଉତଙ୍କ ତରଫରୁ ଦାୟର ଜନସ୍ୱାର୍ଥ ଆବେଦନର ଶୁଣାଣି କରି ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଓ ଜଷ୍ଟିସ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ୨୦୨୬, ମାର୍ଚ୍ଚ ସୁଦ୍ଧା ଶେଷ କରିବାକୁ ବାଲି ଓଡିଶା ବ୍ରିଜ୍ ଆଣ୍ଡ କନଷ୍ଟ୍ରକସନ୍ କର୍ପଏାରେସନ୍ ଲିମିଟେଡ୍ (ଓବିସିସି)କୁ ନିର୍ଦ୍ଦେଶ ଦେଇଛନ୍ତି । ମାନ୍ୟବର ହାଇକୋର୍ଟଙ୍କ ନିକଟରେ ୨୦୨୬, ମାର୍ଚ୍ଚ ସୁଦ୍ଧା ଏହି କାର୍ଯ୍ୟ ଶେଷ ହେବ ବୋଲି ଓଡିଶା ବ୍ରିଜ୍ ଆଣ୍ଡ କନଷ୍ଟ୍ରକସନ୍ କର୍ପଏାରେସନ୍ ଲିମିଟେଡ୍ (ଓବିସିସି) ସତ୍ୟପାଠ ଦାଖଲ କରିବା ପରେ ଏହି ନିର୍ଦ୍ଦେଶ ପ୍ରଦାନ କରାଯାଇଛି । ପୂର୍ବତନ ଏଏସଆଇ ନିର୍ଦ୍ଦେଶକ, ପୂର୍ବତନ ସୁପରିନଟେଣ୍ଡିଂ ଆର୍କିଓଲୋଜିଷ୍ଟ, ଓଡିଶାର ଅର୍କିଓଲୋଜି ଅଧୀକ୍ଷକ ଓ ନିର୍ଦ୍ଦେଶକଙ୍କୁ ନେଇ ଏକ ବେଠଷୟିକ କମିଟି ଗଠନ କରାଯାଇଛି । ଚଣ୍ଡି ମନ୍ଦିର ପ୍ରକଳ୍ପ ଅଧିନରେ କରାଯାଉଥିବା ନିର୍ମାଣର ତଦାରଖ ଏହି କମିଟି କରୁଛି । କମିଟି ଅନୁମୋଦନରେ ଓ ତଦାରଖରେ ସମସ୍ତ ନିର୍ମାଣ କାର୍ଯ୍ୟ କରାଯାଉଛି ବୋଲି ସତ୍ୟପାଠରେ ଉଲ୍ଲେଖ କରାଯାଇଛି ।
ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା
ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…




