୨୧ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୧ ତାରିଖରେ ସମ୍ବଲପୁରରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ୟ୍ୟାଳୟ, ଦୁର୍ଗାପାଲି ଠାରେ ଏହି ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆଜି ଦିନ ୧୧ ଟା ଠାରୁ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ ଆରମ୍ଭ ହେବ। ଏଥିପାଇଁ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ। ପଞ୍ଜିକୃତ ଦରଖାସ୍ତକାରୀ ସେମାନଙ୍କର ପଞ୍ଜିକୃତ ପ୍ରାପ୍ତିପତ୍ର ଏବଂ ବ୍ୟକ୍ତିଗତ ପରିଚୟପତ୍ର ତଥା ନିଜ ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନ ସମ୍ବଲପୁର ମହାନଗର ନିଗମ କାର୍ୟ୍ୟାଳୟ, ଦୁର୍ଗାପାଲି ଠାରେ ୨୧ ତାରିଖ ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କ ଅଭିଯୋଗ ଜଣାଇ ପାରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ