୨୨ରେ ପଥୋତ୍ସବ

ଭୁବନେଶ୍ୱର : ଆସନ୍ତା ୨୨ ତାରିଖରେ ଦୁଲୁକିବ ଜନପଥ । ବିଏମ୍‌ସି ପକ୍ଷରୁ ଆୟୋଜିତ ହେବ ପଥୋତ୍ସବ । ନାଚ, ଗୀତ ଓ ଖେଳକୁଦରେ ମତୁଆଲା ହେବେ ସହରବାସୀ । ବିଗତ ବର୍ଷଗୁଡିକଠାରୁ ଚଳିତ ବର୍ଷ ନୂଆ ଢଙ୍ଗରେ ଏବଂ ନୂଆ ରୂପରେ ପଥୋତ୍ସବ କରିବାକୁ ନିଷ୍ପତ୍ତି ନେଇଛନ୍ତି ବିଏମ୍‌ସି କର୍ତ୍ତୃପକ୍ଷ । ଏନେଇ ମେୟର ସୁଲୋଚନା ଦାସ ଏବଂ କମିଶନର ରାଜେଶ ପ୍ରଭାକର ପାଟିଲ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରବାସୀ ଭାରତୀୟ ଦିବସକୁ ଧୁମ୍‌ଧାମରେ ପାଳନ କରାଯିବ । ଆଗରୁ ଭୁବନେଶ୍ୱର ଭାଇବ୍‌ସ ଆରମ୍ଭ ହୋଇଥିବା ବେଳେ ଆସନ୍ତା ୨୨ ତାରିଖରେ ଚଳିତ ବର୍ଷର ପ୍ରଥମ ପଥୋତ୍ସବ ହେବ । ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ରାମମନ୍ଦିର ମଧ୍ୟରେ ବିଭିନ୍ନ ସ୍ଥାନରେ କାର୍ୟ୍ୟକ୍ରମ ହେବ । ମାଷ୍ଟର କ୍ୟାଣ୍ଟିନଠାରେ ମୁଖ୍ୟ ମଞ୍ଚ ଏବଂ ରାମମନ୍ଦିର ନିକଟରେ ଦ୍ୱିତୀୟ ମଞ୍ଚ ନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଛି । ଗୀତ, ନୃତ୍ୟ, ଝୋଟି, ଯୋଗ, ସ୍କେଟିଂ, ସାଇକେଲିଂ, ବାସ୍କେଟ ବଲ୍‌, ଲୁଡୁ, କୁଇଜ୍‌, ରଙ୍ଗୋଲୀ, ମ୍ୟାଜିକ୍‌ ସୋ, କ୍ଲେ ଆର୍ଟ, ଫେସ୍‌ ପେଣ୍ଟିଂ, ଜୁମ୍ବା ଆଦି ଦେଖିବାକୁ ମିଳିବ । ସକାଳ ୬.୩୦ରୁ ୯.୩୦ ପର୍ୟ୍ୟନ୍ତ ଏହି କାର୍ୟ୍ୟକ୍ରମ ଚାଲିବ । ଯେଉଁମାନେ ଅଂଶଗ୍ରହଣ କରିବାକୁ ଚାହୁଁଛନ୍ତି, ସେମାନଙ୍କ ପାଇଁ ଏକ ସ୍ୱତନ୍ତ୍ର ନମ୍ବର ବା ଲିଙ୍କ୍‌ ଖୁବ୍‌ଶୀଘ୍ର ଜାରି ହେବ । ଡିସେମ୍ବର ୨୨ରେ ଦକ୍ଷିଣ-ପଶ୍ଚିମ ଜୋନ ଓ ଜାନୁଆରୀରେ ଅନ୍ୟ ଦୁଇଟି ଜୋନ୍‌ରେ ପଥୋତ୍ସବ ହେବ ବୋଲି କମିଶନର କହିଛନ୍ତି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ