୨୩ରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ

ଭୁବନେଶ୍ୱର : ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଏହା ପ୍ରଭାବରେ ଅନେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ୨୩ରୁ ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ୨୩ରେ କଟକ ଓ ନୟାଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧରେ ପ୍ରବଳ ବର୍ଷା ହୋଇପାରେ । ୨୪ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ଆଶଙ୍କା ଅଛି । ୨୫ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ଦେବଗଡ଼, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ହୋଇପାରେ । ୨୬ ତାରିଖରେ ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଅଛି ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ