୨୭ ଯାଏ ଜେଇଇ ମେନ୍‌ ଆବେଦନ

ଭୁବନେଶ୍ୱର: ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପାଇଁ ଅନ୍‌ଲାଇନ ଆବେଦନ ଆରମ୍ଭ ହୋଇଛି । ଆସନ୍ତା ୨୭ ତାରିଖ ରାତି ୯ ଯାଏ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଚାଲିବ । ରାତି ୧୧ଟା ୫୦ ମଧ୍ୟରେ ଅନ୍‌ଲାଇନ ଫି ଦାଖଲର ସୁଯୋଗ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହ ସୁଦ୍ଧା ପରୀକ୍ଷା ସହରର ନାମ ଘୋଷଣା କରାଯିବ । ଜାନୁଆରୀ ୨୧ରୁ ୩୦ ମଧ୍ୟରେ ପରୀକ୍ଷା ହେବ । ଫେବ୍ରୁଆରୀ ୧୨ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏନେଇ ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଏନ୍‌ଟିଏର ବିଜ୍ଞପ୍ତି ଅନୁଯାୟୀ, ପ୍ରଥମ ସେସନ୍‌ ୨୦୨୬ ଜାନୁଆରୀରେ ହେବାକୁ ଥିବା ବେଳେ ଦ୍ୱିତୀୟ ସେସନ୍‌ ଏପ୍ରିଲ୍‌ ମାସରେ ହେବ । ଦୁଇଟି ଯାକ ସେସନ୍‌ର ପରୀକ୍ଷା କମ୍ପ୍ୟୁଟର ବେସଡ୍‌ ଟେଷ୍ଟ (ସିବିଟି) ମୋଡ୍‌ କରାଯିବ । ଦୁଇଟି ପେପରରେ ପରୀକ୍ଷା ହେବ । ପେପର-୧ ପରୀକ୍ଷା ବିଟେକ୍‌, ବିଇ (ଇଞ୍ଜିନିୟରିଂରେ ସ୍ନାତକ ପାଠ୍ୟକ୍ରମ) ରେ ନାମ ଲେଖାଇବା ପାଇଁ ହେବ । ଯେଉଁଥିରେ ଏନ୍‌ଆଇଟି, ଆଇଆଇଟି ଓ ଅନ୍ୟ କେନ୍ଦ୍ରୀୟ ଅନୁଦାନପ୍ରାପ୍ତ ଟେକ୍ନିକାଲ ଶିକ୍ଷାନୁଷ୍ଠାନ, ପ୍ରତିଷ୍ଠାନ, ବିଶ୍ୱବିଦ୍ୟାଳୟ, ରାଜ୍ୟ ସରକାରଙ୍କ ବିଶ୍ୱବିଦ୍ୟାଳୟ, ବୈଷୟିକ ଶିକ୍ଷା ପ୍ରତିଷ୍ଠାନ ପ୍ରମୁଖରେ ନାମ ଲେଖାଇବାର ସୁଯୋଗ ମିଳିବ ।

  • Related Posts

    ଅବଢ଼ା ଯୋଜନାରେ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଢ଼ା ଯୋଜନା ଅଧିନରେ ପୁରୀରେ କାର୍ଯ୍ୟକାରୀ ହେଉଥିବା ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହା…

    Continue reading
    ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

    ଭୁବନେଶ୍ୱର: ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟର ସାମାଜିକ କ୍ଷେତ୍ରର ସମସ୍ୟା ସମାଧାନ ଏବଂ ଉନ୍ନତି (Social Sector Development) ନିମନ୍ତେ ଏକ ଉଚ୍ଚସ୍ତରୀୟ ‘ପ୍ରୟାସ’ (PRAYASS) ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ