୨୯ ଓ ୩୦ରେ ବ୍ୟାଙ୍କ ଯାଇ ଏନପିସିଆଇ ଯାଞ୍ଚ କର: ପ୍ରଭାତୀ ପରିଡା

ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ଆବେଦନ କରିଥିବା ଯେଉଁ ହିତାଧିକାରୀ ପ୍ରଥମ କିସ୍ତିର ଟଙ୍କା ପାଇନାହାନ୍ତି ସେମାନେ ଆସନ୍ତା ୨୯ ଓ ୩୦ରେ ବ୍ୟାଙ୍କ ଯାଇ ଏନପିସିଆଇ ଯାଞ୍ଚ କରିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ୱତନ୍ତ୍ର ଭାବେ ଧ୍ୟାନ ଦେବେ । ଯେଉଁମାନଙ୍କୁ କଲ ଆସିଛି, ମେସେଜ ଆସିଛି ସେମାନେ ବ୍ୟାଙ୍କ ଯାଆନ୍ତୁ । ଏନପିସିଆଇ ଦ୍ୱନ୍ଦ୍ୱ ଦୂର ପାଇଁ ଆବେଦନକାରୀଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ । ବ୍ୟାଙ୍କମାନଙ୍କରେ ସୁଭଦ୍ରା ବ୍ୟାନର ଲାଗିଥିବ, ସେଠି ପହଞ୍ଚିବେ । ବ୍ୟାଙ୍କ ପହଞ୍ଚି ଏନପିସିଆଇ ଅଡୁଆ ଦୂର କଲେ ସମସ୍ତେ ସୁଭଦ୍ରା ଟଙ୍କା ପାଇବେ । ପ୍ରାୟ ୩ ଲକ୍ଷ ୩୧ ହଜାର ଆବେଦନକାରୀଙ୍କ ସମସ୍ୟା ରହିଛି , ଏହି ୩ ଲକ୍ଷ ୩୧ ହଜାର ପାଇବାକୁ ଯୋଗ୍ୟ, କେହି ବଞ୍ଚିତ ନ ହୁଅନ୍ତୁ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୁଭଦ୍ରା ଆବେଦନକାରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ଯେ, ସୁଭଦ୍ରା ଯୋଜନାରେ ଆବେଦନ କରିଥିବା କିଛି ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ଟଙ୍କା ଏ ପର୍ଯ୍ୟନ୍ତ ମିଳି ନାହିଁ । ଏନପିସିଆଇ ଫେଲୱର ପାଇଁ ହିତାଧିକାରୀ ଟଙ୍କା ପାଇବାରେ ଅସୁବିଧା ହେଉଛି । ସେଥିପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି । ସୁଭଦ୍ରା ଆବେଦନକାରୀଙ୍କୁ ଏନପିସିଆଇ ଦ୍ୱନ୍ଦ୍ୱ ଦୂର କରିବାକୁ ପରାମର୍ଶ ଦିଆଯାଇଛି । ବ୍ୟାଙ୍କ ଯାଇ ଏନପିସିଆଇ ହିତାଧକାରୀ ଯାଞ୍ଚ କରନ୍ତୁ । ୨୯ ଓ ୩୦ରେ ହିତାଧିକାରୀ ବ୍ୟାଙ୍କ ଯାଇ ଯାଞ୍ଚ କରନ୍ତୁ । ବ୍ୟାଙ୍କ ଅଧିକାରୀଙ୍କ ପକ୍ଷରୁ ସମସ୍ତ ସହଯୋଗ ମିଳିବ । ଯେଉଁ ହିତାଧିକାରୀମାନଙ୍କୁ ମେସେଜ ଓ କଲ ଯାଇଛି ସେମାନେ ବ୍ୟାଙ୍କ ଯାଆନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି ।
ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ । ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ପ୍ରାୟ ୮୦ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ସହାୟତା ରାଶି ଦେଲେଣି ସରକାର । ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ମହିଳାଙ୍କୁ ଯୋଜନାରେ ସାମିଲ କରି କୋଟିଏ ହିତାଧିକାରୀ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି ସରକାର । କିନ୍ତୁ ଆକାଉଣ୍ଟରେ ତାଳମେଳ ନ ରହିବା, କେୱାଇସି ଅପଡେଟ୍, ଅଜାଣତରେ ଅପ୍ଟ ଆଉଟ ଭଳି କାରଣ ପାଇଁ ବହୁ ହିତାଧିକାରୀଙ୍କୁ ଟଙ୍କା ପାଇବାରେ ବିଳମ୍ବ ହେଉଛି ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ