୨୯ ପର୍ୟ୍ୟନ୍ତ ବିଜେଡି ରହିବ ନାହିଁ:ଜୟନାରାୟଣ

ଭୁବନେଶ୍ବର: ମୁହାଁମୁହିଁ ହେଲେ ବିଜେଡି ସାଂସଦ ମୁନ୍ନା ଖାନ ଏବଂ ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ମୁନ୍ନା ଖାନଙ୍କ ମନ୍ତବ୍ୟର କଡ଼ା ଜବାବ ରଖିଲା ବିଜେପି । ୨୦୨୯ ଯାଏଁ ବିଜେଡି ଓଡ଼ିଶାରେ ରହିବ ନାହିଁ । ବିଜେଡିର ଆୟୁଷ ବହୁତ କ୍ଷୀଣ  ବୋଲି ଜୟନାରାୟଣ କହିଛନ୍ତି ।
ଜୟନାରାୟଣ ମିଶ୍ର ବିଜେଡିକୁ ଟାର୍ଗଟ କରି କହିଛନ୍ତି, “ମୋର ସନ୍ଦେହ ହେଉଛି ୨୯ ପର୍ୟ୍ୟନ୍ତ ବିଜେଡି ରହିବ ନାହିଁ । ବିଜେଡିର ଆୟୁଷ ବହୁତ କ୍ଷୀଣ । ବିଜେଡିର ପ୍ରତି ନେତା ଏବେ ନିଜ ଭବିଷ୍ୟତକୁ ନେଇ ଚିନ୍ତାରେ । ଆମ ସହ ଯୋଗାଯୋଗବେଳେ ବହୁତ ନେତା ଦଳର ସ୍ଥିତିକୁ ଦେଖି ନିଜ ଭବିଷ୍ୟତ ଲାଗି ଚିନ୍ତାରେ ପଡିଥିବା କହୁଛନ୍ତି । ବିଜେଡିରେ ନେତୃତ୍ୱ ସଙ୍କଟ ଦେଖା ଦେଇଛି । କିଏ ଲଢେଇ କରିବ ? କିଏ ନେତୃତ୍ୱ ନେବ ? ଏସବୁକୁ ନେଇ ବିଜେଡି ନେତାମାନେ ଚିନ୍ତିତ । ବିଜେଡିର ଅସ୍ଥିତ୍ୱ ପ୍ରତି ସନ୍ଦେହ ଜାତ ହେଉଛି ।” ସେ ଆହୁରି ମଧ୍ୟ କହିଛନ୍ତି,”ତାଙ୍କ ଦଳର ମୁଖିଆ ନବୀନ ବାବୁ ତାଙ୍କ ନେତା କିନ୍ତୁ ମୁଖ୍ୟମନ୍ତ୍ରୀ ଆସନ ପାଣ୍ଡିଆନଙ୍କୁ ଲିଜରେ ଦେଇ ଦେଇଥିଲେ । ସେଥିପାଇଁ ଏଭଳି ପରିସ୍ଥିତି । ତଥାପି ପାଣ୍ଡିଆନଙ୍କୁ ଛାଡ଼ି ନବୀନ ରହିପାରୁନାହାନ୍ତି । ତାଙ୍କ ଭିତରେ କ’ଣ ବାୟୋଲୋଜି ଓ କେମେଷ୍ଟ୍ରି ଅଛି କେଜାଣି । ଏବେବି ସବୁବେଳେ ନବୀନ ନିବାସରେ ରହୁଛନ୍ତି ପାଣ୍ଡିଆନ । ମୁନ୍ନା ଖାନ ତ ନିଜ ଭବିଷ୍ୟତକୁ ନେଇ ଚିନ୍ତାରେ ଅଛନ୍ତି । କୁଆଡ଼େ ଯିବେ ଚିନ୍ତା କରୁଛନ୍ତି । ତେଣୁ ମୁନ୍ନା କ’ଣ ବା କହିବେ । ୧୪ ଜଣ ଗଲେ ତାଙ୍କର ଟୁ-ଥାର୍ଡ ହେଉଛି କି ? ଯିଏ କହୁଛନ୍ତି ଏମିତି ତାଙ୍କୁ ଗଣିତ ଜଣାନାହିଁ । ଦଳ ବଦଳ ପାଇଁ ଅତି କମରେ ଟୁ-ଥାର୍ଡ ମେଜରିଟି ହେବା କଥା । ଯିଏ ରାଜନୀତି ଗଣିତ ବୁଝିନାହିଁ ସେ ଏମିତି ସବୁ କୁହନ୍ତି । ବିଜେଡି ହେଉଛି ଗୋଟେ ଦାସତ୍ୱ ପାର୍ଟି । ସେ ଦଳର ନେତାମାନେ ଜରି ପକେଇବା ଚେୟାର ବୋହିବା କାମ କରିବା ଲୋକ । ତାହା ନକରି କାହିଁକି ରାଜନୈତିକ ବିବୃତ୍ତି ଦେଉଛନ୍ତି ।”
ବୁଧବାର ନବରଙ୍ଗପୁରରେ ଆୟୋଜିତ ବିଜେଡିର ପଦଯାତ୍ରା କାର୍ୟ୍ୟକ୍ରମରେ ଯୋଗଦେଇ ମୁନ୍ନା ଖାନ କହିଥିଲେ,”ବି‌ଜେଡି ଅଳ୍ପ ଦିନ ମଧ୍ୟରେ କ୍ଷମତାକୁ ଫେରିବ । ନିର୍ବାଚନ ପୂର୍ବରୁ ବିଜେଡି ଛାଡ଼ିଥିବା ୨୨ ଜଣ ନେତା ବିଜେପିରେ ଯୋଗ ଦେଇଥିଲେ । ଆଉ ବିଜେପି ଟିକେଟ୍‌ ପାଇ ବିଧାୟକ ହୋଇଛନ୍ତି । ସେଥିରୁ ୧୪ ଜଣ ବିଧାୟକ ଏବେ ବିଜେଡି ଲିଙ୍କ୍‌ରେ ଅଛନ୍ତି । ବିଜେପି ନିର୍ବାଚନରେ ଯାହା ପ୍ରତିଶ୍ରୁତି ଦେଇଥିଲା ପୂରଣ କରିବାରେ ବିଫଳ ହୋଇଛି । ତେଣୁ ଆଜି ଯଦି ନିର୍ବାଚନ ହେବ, ତେବେ ବିଜେଡିକୁ ୧୦୦ ସିଟ୍‌ ମିଳିବା ନିଶ୍ଚିତ । କାରଣ ଏବେ ମଧ୍ୟ ୯୦ ପ୍ରତିଶତ ବ୍ଲକ ଏବଂ ଜିଲ୍ଲା ପରିଷଦ ବିଜେଡି ଦଖଲରେ ହିଁ ରହିଛି ।”

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ