୨ ବର୍ଷରେ ପୂରଣ ହେବ ୬୫ ହଜାର ସରକାରୀ ପଦବୀ

ଭୁବନେଶ୍ୱର: ସରକାରଙ୍କ ଲୋକବଳ ବଢିଲେ, ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇ ଦେଇପାରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନ ଠାରେ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଆଲୋଚନାରେ କହିଛନ୍ତି। ବର୍ଷର ପ୍ରଥମ ଦିନରେ ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ଥିବା ପଦବୀ ପୂରଣ ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଏକ ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଛି। ବୈଠକରେ ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ବିତ ଭାବେ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି। ଅତ୍ୟାବଶ୍ୟକୀୟ ସେବା ଯୋଗାଉ ଥିବା ବିଭାଗ, ଯଥା-ସ୍ବାସ୍ଥ୍ୟ, ଗୃହ, ଶିକ୍ଷା ଓ କୃଷି ବିଭାଗର ପଦବୀଗୁଡିକୁ ଖାଲି ନ ରଖି ଯଥାଶୀଘ୍ର ପୂରଣ କରିବା ପାଇଁ ପରାମର୍ଶ ଦେଇଛନ୍ତି। ଆସନ୍ତା ୫ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀସ୍ତରରେ ଦେଢ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି। ୨ ବର୍ଷରେ ୬୫ ହଜାର ସରକାରୀ ପଦବୀରେ ନିଯୁକ୍ତି ପାଇଁ ସ୍ଥିରୀକୃତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସେ ଆହୁରି କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ବିଭିନ୍ନ ବିଭାଗରେ ୧,୧୦,୫୫୭ଟି ପଦବୀ ଖାଲି ରହିଛି। ଏଗୁଡିକୁ ଯଥାଶୀଘ୍ର ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରି ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ଖାଲି ପଦବୀ ପୂରଣ ପାଇଁ ନିଯୁକ୍ତି ଆୟୋଗଗୁଡିକୁ ପ୍ରସ୍ତାବ ଦେବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ବିଭିନ୍ନ ବିଭାଗରେ ଅନୁସୂଚିତ ଜନଜାତି ଓ ଜାତି ବର୍ଗର ଖାଲି ଥିବା ପଦବୀ ପୂରଣ ପାଇଁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସ୍ବତନ୍ତ୍ର ରିକ୍ରୁଟମେଣ୍ଟ ଡ୍ରାଇଭ କରିବାକୁ କହିଛନ୍ତି। ଗ୍ରୁପ-ବି ବର୍ଗର ପଦବୀ ପୂରଣ ପାଇଁ ଏମପାଓ୍ବାର୍ଡ କମିଟିର ଅନୁମୋଦନ ଦରକାର ନାହିଁ। ଭିନ୍ନକ୍ଷମ ବର୍ଗଙ୍କ ନିଯୁକ୍ତି କ୍ଷେତ୍ରରେ ଯାଞ୍ଚ ଓ ସଂରକ୍ଷଣ ପାଇଁ ଅର୍ଥ ବିଭାଗରେ କାର୍ୟ୍ୟରତ ଥିବା ଏମପାଓ୍ବାର୍ଡ କମିଟିକୁ ପୁନର୍ଗଠନ କରି ସେଥିରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରତିନିଧିଙ୍କୁ ସାମିଲ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିସହିତ ଅବିଭକ୍ତ କୋରାପୁଟ ଜିଲାର ପରୀକ୍ଷାର୍ଥୀଙ୍କ ସୁବିଧା ଦୃଷ୍ଟିରୁ ଜୟପୁର ଠାରେ ଲୋକସେବା ଆୟୋଗର ଏକ ପରୀକ୍ଷା କେନ୍ଦ୍ର କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତି। ବର୍ତ୍ତମାନ ଲୋକସେବା ଆୟୋଗର ୫ଟି ପରୀକ୍ଷା କେନ୍ଦ୍ର ରହିଛି। ବୈଠକରେ ଓଡିଶା ପବ୍ଲିକ ସର୍ଭିସ୍‌ କମିଶନର ଅଧ୍ୟକ୍ଷ ଅରୁଣ ଷଡଙ୍ଗୀ, ଓଡିଶା ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ଅଭୟ, ଓଡିଶା ସବୋର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନର ଅଧ୍ୟକ୍ଷ ଲଳିତ ଦାସ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ଆୟୋଗ ଗୁଡିକର ସଦସ୍ୟବୃନ୍ଦ ଏବଂ ସଚିବମାନେ ଉପସ୍ଥିତ ଥିଲେ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ