୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ

ପୁରୀ: ପାଖେଇ ଆସୁଛି ନୂଆବର୍ଷ। ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ ବ୍ୟାରିକେଡ୍‌ କରାଯାଇଛି। ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ସଦ୍ୟତମ ସୂଚନା ମୁତାବକ, ୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିହେବ।ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଦୁଇ କମାଣ୍ଡାଣ୍ଟ ରାଙ୍କର ଅଧିକାରୀଙ୍କ ସମେତ ୧୦ ଅତିରିକ୍ତ ଏସ୍‌ପି, ୩୩ ଡିଏସ୍‌ପିଙ୍କ ସମେତ ୬୨ ଇନ୍ସପେକ୍ଟର, ୨୪୫ ସବ୍‌ ଇନ୍ସପେକ୍ଟର ଓ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର, ୩୦ ହାବିଲଦାର, ୨୯୦ ଜଣ କନଷ୍ଟେବଳ ମୁତୟନ ରହିବେ। ଶ୍ରୀମନ୍ଦିର ପରିସରରେ ୨ ଭାଗରେ ପୁଲିସ ମୁତୟନ ହୋଇଛନ୍ତି। ଜନଗହଳିପୂର୍ଣ୍ଣ ସ୍ଥାନରେ ଆଣ୍ଟି ସ୍ନାଚିଂ ଟିମ୍‌ ମୁତୟନ ରହିବେ। ବିଭିନ୍ନ ସ୍ଥାନରେ ପୁଲିସ ତରଫରୁ ନାକାବନ୍ଦି କରାଯାଉଛି। ଏହାସହ ସମୁଦ୍ର କୂଳରେ ସ୍ୱତନ୍ତ୍ର ଆଉଟ ପୋଷ୍ଟ ରହିବ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ