୩୧ ମାର୍ଚ୍ଚ ଯାଏଁ ବଢ଼ିଲା ଇ-କେୱାସି ଅବଧି

ଭୁବନେଶ୍ୱର: ଶନିବାର ରାଜ୍ୟ ସରକାର ଇ-କେୱାସି ଅବଧିକୁ ଆସନ୍ତା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହାକୁ ମିଶାଇ ସରକାର ମୋଯ ୫ଥର ଇ-କେୱାସି ଅବଧିକୁ ବୃଦ୍ଧି କରିଛନ୍ତି । ଇ-କେୱାସି ଅବଧି ବୃଦ୍ଧି ସମ୍ପର୍କରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ନେଟୱର୍କ ସମସ୍ୟା ପାଇଁ କିଛି ସ୍ଥାନରେ ଇ-କେୱାସି ଅପଡେଟ ହେଉନି ।ଲୋକମାନଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଅବଧିକୁ ବୃଦ୍ଧି କରିଛନ୍ତି ।

ରାଜ୍ୟରେ ଆହୁରି ଲକ୍ଷାଧିକ ହିତାଧିକାରୀ ଇ-କେଓ୍ବାଇସି କରିନଥିଲେ। ସେମାନଙ୍କ ମଧ୍ୟରୁ କିଛି ଡେଡଲାଇନ୍ ବୃଦ୍ଧି ପାଇଁ ଲିଖିତ ଭାବେ ଜଣାଇବା ପରେ ସରକାର ଗତ ୩୦ ତାରିଖରେ ସମୟ ସୀମାକୁ ସମ୍ପ୍ରସାରଣ କରିଥିଲେ। ରାଜ୍ୟରେ ଭୂତ ହିତାଧିକାରୀ ଚିହ୍ନଟ, ଓ ଯୋଗ୍ୟ ହିତାଧିକାରୀ ଙ୍କୁ ନୂଆ ରାସନ କାର୍ଡ ଯୋଗାଇଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଗତ ଜୁନ୍ ମାସରୁ ଇକେଓ୍ବାଇସି ଅପଡେଟ୍ ପ୍ରକ୍ରିୟା ଆରମ୍ଭ କରିଥି​‌ଲେ। ଯାହାର ଡେଡଲାଇନ୍ ପ୍ରଥମେ ଡିସେମ୍ବର ୩୧ , ଜାନୁଆରୀ ୧୫, ଜାନୁଆରୀ ୩୧ ପରେ ଫେବୃଆରୀ ୧୪ ଯାଏଁ ଚତୁର୍ଥଥର ବୃଦ୍ଧି କରିଥିଲେ ରାଜ୍ୟ ସରକାର। ରାସନ କାର୍ଡରେ ଅନେକ ସରକାରୀ ସୁବିଧା ମିଳୁଥିବା ବେଳେ କିଛି ଧନୀ ଶ୍ରେଣୀର ଲୋକ ଚଞ୍ଚକତା କରି ରାସନ କାର୍ଡ ହାତେଇଛନ୍ତି। ଅଯୋଗ୍ୟ ହିତାଧିକାରୀ ରାସନ କାର୍ଡ ନଫେରାଇଲେ କାର୍ୟ୍ୟାନୁଷ୍ଠାନ ହେବ ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ