୩୩% ସଂରକ୍ଷଣ ପ୍ରସଙ୍ଗରେ ଅଧିବେଶନ: ମନ୍ତ୍ରୀ

ଭୁବନେଶ୍ୱର:ଆସନ୍ତା ୩୦ ତାରିଖ ଦିନ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନକୁ ବିଜେଡି ବିଧାୟକ ଅରୁଣ ସାହୁ କଟାକ୍ଷ କରିଥିବାବେଳେ ବେଳେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ତାଙ୍କୁ କାଉଣ୍ଟର କରିଛନ୍ତି ।
ଶ୍ରୀ ମଲ୍ଲିକ କହିଛନ୍ତି ଯେ ସଂସଦ ଓ ବିଧାନସଭାରେ ମହିଳାମାନଙ୍କ ପାଇଁ ୩୩% ସଂରକ୍ଷଣକୁ ବିରୋଧ କଲେ । ସେ ବିଷୟରେ ଆଲୋଚନା ପାଇଁ ସ୍ୱତନ୍ତ୍ର ଅଧିବେଶନ ଡକାଯାଇଛି । ମହିଳାମାନଙ୍କୁ ଯେଉଁ ଦେଶ ଓ ରାଜ୍ୟ ଅଗ୍ରାଧିକାର ଦେଉଛି ସେ ଦେଶ ସେତେ ଆଗୁଆ । କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପଦକ୍ଷେପକୁ ବିରୋଧ କଲେ । ତାହା ନିନ୍ଦନୀୟ । ବିଜେଡି ତାଙ୍କ ସମୟରେ ମହିଳାମାନଙ୍କ ପାଇଁ କୁମ୍ଭୀରକାନ୍ଦଣା କାନ୍ଦୁଥିଲା । ଗାଁକୁ କାମ, ମା’ଙ୍କୁ ସମ୍ମାନ କଥା କହୁଥିଲେ । କିନ୍ତୁ ମହିଳାମାନଙ୍କୁ ନିର୍ଯାତନା ଦିଆଯାଉଥିଲା । ସେମାନେ କରିପାରୁନଥିଲେ, ବିଜେପି କରୁଥିବାରୁ ସେମାନେ ସହିପାରୁନାହାନ୍ତି ବୋଲି ଶ୍ରୀ ମଲ୍ଲିକ କହିଛନ୍ତି ।
ପ୍ରକାଶ ଯେ ଅରୁଣ ସାହୁ କହିଛନ୍ତି ନିକଟରେ କୌଣସି କାରଣ ନଥାଇ କେନ୍ଦ୍ର ସରକାର ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିଥିଲେ । ଏହା ପୂର୍ବରୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ୪୮ ଘଣ୍ଟା ମଧ୍ୟରେ ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକିବାକୁ ଦାବି କରିଥିଲେ । ବିଲ ଆସିବା ପୂର୍ବରୁ କାହା ସହ ଆଲୋଚନା ନକରି ମହିଳା ସଂରକ୍ଷଣ ବିଲ ଆଣିଲେ । ବିଲ ଆସିବା ପୂର୍ବରୁ ବିଜେପି ଏନେଇ ଅନେକ ପ୍ରଚାର କଲା । ଏବେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି । ଏବେ ବିଧାନସଭା କାହିଁକି ଡାକିଲେ ତାହା ମଧ୍ୟ ଜଣାଇନାହାନ୍ତି । ୩୦ ତାରିଖରେ ତାଙ୍କ ସହ ଦେଖାଦେଖି ହେବ ହେବ ଶ୍ରୀ ସାହୁ କହିଛନ୍ତି ।

  • Related Posts

    ସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି: ଅରୁଣ

    ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ବସିବ । ରାଜ୍ୟ ସରକାର ଏହି ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି । ଯେଉଁଥିରେ ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ହେବ । ତେବେ ବିଧାନସଭାର ଏହି…

    Continue reading
    ଆଜି ଇସ୍ତଫା ଦେବେ ମଞ୍ଜୁଲତା ଓ ମୁକ୍ତିକାନ୍ତ

    ଭଦ୍ରକ: ଭଦ୍ରକରେ ଭଶୁଡୁଛି ବିଜେଡି ଗଡ଼। ଆଜି ଇସ୍ତଫା ଦେବେ ପୂର୍ବତନ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ । ପୂର୍ବତନ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ବିଜେଡି ନେତା ଶଶି ସାହୁ ମଧ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର