ଭୁବନେଶ୍ୱର,03/09 :୩୫ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଏବଂ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଦରଖାସ୍ତ ଆହ୍ୱାନ କରାଯାଇଛି। ଆଗ୍ରହୀ ପ୍ରଯୋଜକମାନେ ଆସନ୍ତା ୪ ଅକ୍ଟୋବର, ୨୦୨୫ (୦୪.୧୦.୨୦୨୫) ରିଖ ସୁଦ୍ଧା ଏଣ୍ଟ୍ରି ଫର୍ମ ସହ ଆବଶ୍ୟକ କାଗଜପତ୍ର ଓ ଚଳଚ୍ଚିତ୍ରର ସଫ୍ଟ୍ କପି (ପେନ୍ ଡ୍ରାଇଭ)କୁ ରେଜିଷ୍ଟର୍ଡ଼ ପୋଷ୍ଟ ,ସ୍ପିଡ଼ ପୋଷ୍ଟ , ପାର୍ସଲ ମାଧ୍ୟମରେ ବିଭାଗ ନିକଟରେ ଦାଖଲ କରିପାରିବେ। ୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ର ଗୁଡିକ ୦୧.୦୧.୨୦୨୩ ରିଖରୁ ୩୧.୧୨.୨୦୨୩ ରିଖ ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ। ସେହିପରି ଭାବେ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ରଗୁଡିକ ୦୧.୦୧.୨୦୨୪ ରୁ ୩୧.୧୨.୨୦୨୪ ରିଖ ଅବଧି ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ। ଓଡ଼ିଆ ଚଳଚ୍ଚିତ୍ର ଉପରେ ଓଡ଼ିଆ ,ଇଂରାଜୀ ଭାଷାରେ ଲିଖିତ ଶ୍ରେଷ୍ଠ ଲେଖା (Book/Monograph) ପାଇଁ ପୁରସ୍କାର ନିମନ୍ତେ ଆଗ୍ରହୀ ଲେଖକ ,ଲେଖିକାମାନେ ଆବେଦନ କରିବା ସହିତ Book/ମନଗ୍ରାଫ ଦଶ ଖଣ୍ଡ ନକଲ ତା ୪.୧୦.୨୦୨୫ ରିଖ ସୁଦ୍ଧା ରେଜିଷ୍ଟ୍ରର୍ଡ଼ ପୋଷ୍ଟ, ସ୍ପିଡ଼ ପୋଷ୍ଟ , ପାର୍ସଲ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିକଟରେ ଦାଖଲ କରିପାରିବେ। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସମ୍ବନ୍ଧୀୟ ସବିଶେଷ ବିବରଣୀ ଓ ନିୟମାବଳୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୱେବସାଇଟ:culture.odisha.gov.in ରେ ଉପଲବ୍ଧ କରାଯାଇଛି।
ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ
୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…



