୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ:ସୁରେଶ ପୂଜାରୀ

ଭୁବନେଶ୍ୱର: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, ୨ ତାରିଖ ପରେ ପୁନର୍ବାର ବର୍ଷା ହୋଇପାରେ । ମୁଣ୍ଡୁଳୀରେ ସନ୍ଧ୍ୟା ସୁଦ୍ଧା ୯ ଲକ୍ଷ କ୍ୟୁସେକ ଜଳ ପ୍ରଭାହିତ ସମ୍ଭାବନା। ଆଖୁଆପଦାଠରେ ବିପଦ ସଂକେତ ତଳେ ରହିଛି ବୈତରଣୀ ନଦୀର ଜଳସ୍ତର। ଉପର ମୁଣ୍ଡରେ ବର୍ଷା କମିଛି, ବୈତରଣୀରେ ବନ୍ୟା କମୁଛି। ଯାଜପୁର ଜିଲାରେ ୨ଟି ଘାଇ ହୋଇଛି ।

ସେପଟେ ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ରାଜ୍ୟ ସରକାର ଏବଂ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଟି ମୁହୂର୍ତ୍ତରେ ସିଧାସଳଖ ନଜର ରଖିଥିବା ତାଙ୍କ ‘X’ରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରି ପ୍ରଭାବିତ ଅଞ୍ଚଳରେ ସହାୟତା କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସେ ବନ୍ୟା ପରିସ୍ଥିତି ଏବଂ ଏହାର ମୁକାବିଲା ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଏବଂ ସ୍ବତନ୍ତ୍ର ରିଲିଫ କମିଶନର(ଏସଆର୍ସି)ଙ୍କ ସହ ଆଲୋଚନା କରିଛନ୍ତି। କେହି ହେଲେ ଆଦୌ ବିଚଳିତ କିମ୍ବା ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି।

  • Related Posts

    ଦ୍ଵିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ

    ତିଳେଇବଣି ବ୍ଲକ ସୁଗୁଡା କ୍ଲଷ୍ଟର ଗୁଣ୍ଡୁରିପୋଷି ପ୍ରାଥମିକ ବିଦ୍ୟାଳୟ ପରିସରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି।ସିଆରସିସି ପ୍ରାଣବନ୍ଧୁ ଘଡେଇ ଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦେବଗଡ଼ ଜ଼ିଲ୍ଲା ଶିକ୍ଷା ଅଧିକାରୀ ଗେନ୍ଦେରା କୁଜୁର ମୁଖ୍ୟ ଅତିଥି…

    Continue reading
    ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

    ଦେବଗଡ଼:ଦେବଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷାବିତ ଡ.ରାମଚନ୍ଦ୍ର ମହାପାତ୍ର, ଉଦୟ ପ୍ରଧାନ, ଅବସରପ୍ରାପ୍ତ କଲେଜ ପ୍ରଧ୍ୟାପକ ଅଶୋକ ମିଶ୍ର, ଶିକ୍ଷୟତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ