୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଆସ୍ତେ ଆସ୍ତେ ସକ୍ରିୟ ହେଉଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି, କିନ୍ତୁ ଦକ୍ଷିଣ ଓଡ଼ିଶାରେ ଜୁଲାଇ ୩ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର କେନ୍ଦୁଝର, କୋରାପୁଟ, ଦାରିଙ୍ଗବାଡ଼ି, ରାୟଗଡ଼ା, ଭଦ୍ରକ, ଯାଜପୁର, ବରଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କୋରାପୁଟ ଏବଂ ରାୟଗଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ଗଞ୍ଜାମ, ଗଜପତି ଏବଂ ମାଲକାନଗିରି ଜିଲାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହୋଇପାରେ। ଅନୁଗୋଳ, ସୁନ୍ଦରଗଡ଼, ଢେଙ୍କାନାଳ, ବୌଦ୍ଧ, ପୁରୀ, ନୟାଗଡ଼, ଖୋରଧା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର, ନୂଆପଡ଼ା ଏବଂ ବଲାଙ୍ଗିର ଜିଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ଓ ବର୍ଷା ହୋଇପାରେ। ପାଣିପାଗ ବିଶେଷଜ୍ଞ ଶରତ ଚନ୍ଦ୍ର ସାହୁ କହିଛନ୍ତି, ଜୁଲାଇ ୨ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଜୁଲାଇ ପହିଲାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ଆଶଙ୍କା ରହିଛି।

  • Related Posts

    ମା ରମ୍ଭାଦେବୀଙ୍କ ଯାତ୍ରା,ବହୁ ଶ୍ରଦ୍ଧାଳୁଙ୍କ ସମାଗମ

    ଦେବଗଡ଼:ଦେବଗଡ ଜିଲ୍ଲା ତିଲେଇବଣି ବ୍ଲକ ବାସୁଦେବପୁର ଗ୍ରାମରେ ମାଆ ରମ୍ଭାଦେବୀଙ୍କ ପ୍ରସିଦ୍ଧ ଯାତ୍ରା ଆଜି ଅନୁଷ୍ଠିତ ହୋଇଯାଇଛି।ବର୍ଷକୁ ଥରେ ଏହି ଯାତ୍ରା ଅନୁଷ୍ଠିତ ହେଉଥିବାବେଳେ ଜାତି ଧର୍ମ ନିର୍ବିଶେଷରେ ବହୁ ଶ୍ରଦ୍ଧାଳୁଙ୍କ ଜନସମାଗମ ହୋଇଥିଲା।ସୂଚନା ଅନୁଯାୟୀ,ଅରଣ୍ୟବେଷ୍ଟିତ ପାହାଡ ଗୁମ୍ଫାରେ ମା ପୂଜା…

    Continue reading
    ପେପର୍ ଲିକ୍ ଘଟଣା: କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା କଂଗ୍ରେସ

    ଦେବଗଡ଼:ନିଟ ଓ ସିବିଏସଇ ପେପର୍ ଲିକ୍ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଦାୟୀ କରିବା ସହ ତାଙ୍କର ଇସ୍ତଫା ଦାବି କରିଛି କଂଗ୍ରେସ। ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କ ସଭାପତିତ୍ବରେ ଅନୁଷ୍ଠିତ ସାମ୍ବାଦିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ