୩ ବର୍ଷରୁ ଅଧିକ ରହିଲେ ବଦଳି

ଭୁବନେଶ୍ବର: ରାଜସ୍ବ ପ୍ରଶାସନ ଅଧୀନରେ କାର୍ଯ୍ୟରତ କର୍ମଚାରୀ ଓ କ୍ଷେତ୍ରସ୍ତରୀୟ କର୍ମଚାରୀଙ୍କ ବଦଳି ଏବଂ ରୋଟେସନ୍ ପ୍ରକ୍ରିୟାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବା ପାଇଁ ସବୁ ଜିଲାପାଳଙ୍କୁ ନିର୍ଦେଶ ଜାରି କରାଯାଇଛି। ଏ ସଂକ୍ରାନ୍ତରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ସମସ୍ତ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି।

ବିଭାଗରେ କାର୍ଯ୍ୟରତ ସେକ୍ସନ୍ ଅଫିସର, ବରିଷ୍ଠ ରାଜସ୍ବ ସହାୟକ, କନିଷ୍ଠ ରାଜସ୍ବ ସହାୟକ ଏବଂ କ୍ଷେତ୍ରସ୍ତରରେ କାର୍ଯ୍ୟରତ ରାଜସ୍ବ ସୁପରଭାଇଜର, ରାଜସ୍ବ ନିରୀକ୍ଷକ, ସହକାରୀ ରାଜସ୍ୱ ନିରୀକ୍ଷକ, ଅମିନ ପ୍ରମୁଖ କର୍ମଚାରୀ; ଯେଉଁମାନେ ଗୋଟିଏ କାର୍ଯ୍ୟାଳୟରେ ତିନିବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରତ ଅଛନ୍ତି, ସେମାନଙ୍କର ବଦଳି ଓ ରୋଟେସନ୍ କରିବାକୁ ନିର୍ଦେଶ ଦିଆଯାଇଛି। ଜିଲାପାଳ, ଉପଜିଲାପାଳଙ୍କ କାର୍ଯ୍ୟାଳୟ, ବ୍ଲକ, ତହସିଲ କାର୍ଯ୍ୟାଳୟରେ ପ୍ରଶାସନିକ କାର୍ଯ୍ୟଦକ୍ଷତା, ସ୍ବଚ୍ଛତା ଓ ପାରଦର୍ଶିତା ବଜାୟ ରଖିବା ଉଦ୍ଦେଶ୍ୟରେ ଏହି ନିର୍ଦେଶ ଜାରି କରାଯାଇଛି।
ସମସ୍ତ ଜିଲାପାଳଙ୍କୁ ଚଳିତ ବଦଳି ଋତୁ ମଧ୍ୟରେ ଅର୍ଥାତ ଜୁନ ୧୫ ସୁଦ୍ଧା ସମ୍ପୂର୍ଣ୍ଣ ବଦଳି ଓ ରୋଟେସନ୍ ପ୍ରକ୍ରିୟା ସମାପ୍ତ କରିବାକୁ ନିର୍ଦେଶ ଦିଆଯାଇଛି। ତିନିବର୍ଷରୁ ଅଧିକ ସମୟ ଧରି ଗୋଟିଏ କାର୍ଯ୍ୟାଳୟ କିମ୍ବା ପ୍ରତିଷ୍ଠାନରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ବଦଳି ସରକାରଙ୍କ ପ୍ରଚଳିତ ନୀତି ଏବଂ ନିର୍ଦେଶାବଳୀ ଅନୁସାରେ ଅନୁପାଳନ ସୁନିଶ୍ଚିତ କରିବାକୁ କୁହାଯାଇଛି। ବଦଳି ପ୍ରକ୍ରିୟା ସମ୍ପନ୍ନ ହେବା ପରେ ବିସ୍ତୃତ ରିପୋର୍ଟ ତୁରନ୍ତ ବିଭାଗକୁ ପ୍ରେରଣ କରିବାକୁ ନିର୍ଦେଶ ରହିଛି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ