puri temple dhadi darshana ୩ ରୁ ୪ ମାସ ଭିତରେ ଆରମ୍ଭ ହେବ ଧାଡ଼ି ଦର୍ଶନ

ଭୁବନେଶ୍ବର: ଆସନ୍ତା ୩ରୁ ୪ ମାସ ଭିତରେ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ । ଭକ୍ତ ମାନେ ୫ଟି ଅଲଗା ଅଲଗା ରାମ୍ପ ଯୋଗେ ଶୃଙ୍ଖଳିତ ଦର୍ଶନ କରିପାରିବେ । ଘଣ୍ଟାରେ ୮ ରୁ୧୦ ହଜାର ଭକ୍ତ ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିବେ ଶ୍ରଦ୍ଧାଳୁ । ଏଥିପାଇଁ ଖୁବଶୀଘ୍ର ପ୍ରସ୍ତୁତ ହେବ ପାଇଲଟ ମଡେଲ । ଶ୍ରୀମନ୍ଦିର ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକ ପରେ ଏହି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ୭ ପାହାଚ ଭିଡ଼ ନିୟନ୍ତ୍ରଣ ଓ ନାଟମଣ୍ଡପରେ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା ନେଇ ଆଜି ଆଲୋଚନା ହୋଇଛି ।

ଲୋକସେବା ଭବନର ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ବୈଠକ । ବୈଠକରେ ଆଇଆଇଟି ଭୁବନେଶ୍ୱର ପକ୍ଷରୁ ଶୃଙ୍ଖଳିତ ଧାଡ଼ି ଦର୍ଶନ ନେଇ ବିଭିନ୍ନ ମଡେଲ ପ୍ରଦର୍ଶିତ ହୋଇଛି । ଏହାକୁ ଅନୁଧ୍ୟାନ କରି ସର୍ବଶ୍ରେଷ୍ଠ ମଡେଲକୁ କିଭଳି ଭାବେ କାର୍ଯ୍ୟକାରୀ କରାଯାଇ ପାରିବ ସେଥିନେଇ ଆଲୋଚନା ହୋଇଛି । ମନ୍ଦିର ନୀତିକାନ୍ତି ଓ ଲୋକଙ୍କ ଦର୍ଶନରେ ସମସ୍ୟା ନହେବା ପାଇଁ ପାଇଲଟ ମଡେଲ କରାଯାଇଛି । ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହେଲେ ସାତ ପାହାଚରୁ ଭିଡ ନିୟନ୍ତ୍ରିତ କରାଯାଇ ସବୁ ଭକ୍ତଙ୍କୁ ଶୃଙ୍ଖଳିତ ଭାବେ ମନ୍ଦିର ପ୍ରବେଶ କରାଇବା ସମ୍ଭବ ହୋଇପାରିବ ।

ଏଥି ସହିତ ଭକ୍ତ ମାନେ ୫ ଟି ଅଲଗା ଅଲଗା ରାମ୍ପ ଯୋଗେ ଶୃଙ୍ଖଳିତ ଦର୍ଶନ କରିପାରିବେ । ଫଳରେ ପ୍ରତି ଏକ ଘଣ୍ଟାରେ ପ୍ରାୟ ୮ ରୁ ୧୦ ହଜାର ଭକ୍ତ ଶୃଙ୍ଖଳିତ ଦର୍ଶନ କରି ପାରିବେ । ଏହାର ସଠିକ କାର୍ଯ୍ୟକାରିତା ନେଇ ଖୁବଶୀଘ୍ର ଏକ ପାଇଲଟ ମଡେଲ ପ୍ରସ୍ତୁତ ହେବ । ଏହା ସହିତ ଛତିଶା ନିଯୋଗ ଏବଂ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଅନୁଧ୍ୟାନ କାରାଯିବ । ପରବର୍ତ୍ତୀ ସମୟରେ ସମ୍ପୂର୍ଣ୍ଣ ଯୋଜନାକୁ ବାସ୍ତବ ରୂପ ଦିଆଯିବ ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି, “ଧାଡି ଦର୍ଶନ ବ୍ୟବସ୍ଥା ୩ରୁ ୪ ମାସ ମଧ୍ୟରେ କାର୍ଯ୍ୟକ୍ଷମ ହେବ । ୫ଟି ରାମ୍ପରେ ଆନୁମାନିକ ୫୦ ଜଣ ଲୋକ ଏକସଙ୍ଗେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ଘଣ୍ଟାରେ ୮ରୁ ୧୦ ହଜାର ଲୋକ ସୁରୁଖୁରୁ ଦର୍ଶନ କରିବା ଭଳି ବ୍ୟବସ୍ଥା ହେବ । ସାତ ପାହଚ ମଧ୍ୟ ଦେଇ ଶ୍ରଦ୍ଧାଳୁ ଭିତରକୁ ପଶିବେ । ଗରୁଡ଼ ସ୍ତମ୍ଭଠୁ ବାହାର କାଠ ପର୍ଯ୍ୟନ୍ତ ରାମ୍ପ ହେବ । ଏହା ଦ୍ବାରା ମନ୍ଦିର ଭିତରେ ଭିଡ଼ ହ୍ରାସ ପାଇବ । ଭିତରକୁ ପ୍ରବେଶ କଲା ପରେ ଯେଉଁ ୯ ଲାଇନ ରହିଛି, ତାକୁ କିପରି କାର୍ଯ୍ୟକାରୀ କରାଯିବ ଯୋଜନା ପ୍ରସ୍ତୁତ ହୋଇଛି’’ । ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ପୁରୀ ଶ୍ରୀମନ୍ଦିର ପ୍ରତି ସାରା ବିଶ୍ୱବାସୀଙ୍କ ଅହେତୁକ ଭକ୍ତି ଓ ଆଗ୍ରହ ରହିଛି । ତେଣୁ ବିଗତ କିଛି ବର୍ଷ ହେବ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇଛି । ଛୁଟି ଦିନରେ ଦର୍ଶନାର୍ଥୀଙ୍କ ସଂଖ୍ୟା ମଧ୍ୟ ବଢୁଛି । ଏହାକୁ ଦୃଷ୍ଟିରେ ରଖି ସବୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନକୁ ସୁନିଶ୍ଚିତ କରିବା ଲାଗି ରାଜ୍ୟରେ ବିଜେପି କ୍ଷମତାକୁ ଆସିବ ପରେ ଶ୍ରୀମନ୍ଦିରରେ ଦର୍ଶନ ଶୃଙ୍ଖଳିତ କରିବା ନେଇ ନିଷ୍ପତ୍ତି ହୋଇଥିଲା । ମନ୍ଦିର ଭିତର ଓ ନାଟମଣ୍ଡପକୁ ଏୟାର କଣ୍ଡିସନ କରିବାକୁ ମଧ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ବିଭିନ୍ନ ଉଚ୍ଚତାରୁ ଦର୍ଶନ କରିବାକୁ ପ୍ଲାଟଫର୍ମ ବ୍ୟବସ୍ଥା ହୋଇଥିଲା । କିନ୍ତୁ ବୈଷୟିକ ସମସ୍ୟା ଆସିବାରୁ ଏହାକୁ ଘୁଞ୍ଚା ଦିଆଯାଇଥିଲା । ଆଇଆଇଟି ଭୁବନେଶ୍ୱରକୁ ଏହାର ଯାନ୍ତ୍ରିକ ଯାଞ୍ଚ ଦାୟିତ୍ୱ ଦିଆଯାଇଥିଲା । ଏହାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଏକ ଉଚ୍ଚସ୍ତରୀୟ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଛି ।

ଏହି ବୈଠକରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ପୁରୀ ଏସପି ଅଧୀକ୍ଷକ ପ୍ରତୀକ ସିଂ, ଆଇନ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ପ୍ରଣବ କୁମାର ପାତ୍ର, ଅତିରିକ୍ତ ଶାସନ ସଚିବ ଶିବ ପ୍ରସାଦ ମହାପାତ୍ର, ପୂର୍ତ୍ତ ବିଭାଗ ଉପଦେଷ୍ଟା ଜେ. କେ. ଦାସ, ଓବିସିସି ମୁଖ୍ୟ ପରିଚାଳକ ଶ୍ରୀଧର ରାଉତଙ୍କ ସମେତ ଆଇଆଇଟି ଭୁବନେଶ୍ୱରର ବୈଷୟିକ ପରାମର୍ଶଦାତା ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ