୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ

ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦ ଗ୍ରାମ ବଜ୍ରକାପ୍ତା କାତି ଜବତ କରିଛି। ଏଥିରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବୋଡେନ ଥାନା ଝରଣାମାଲ ଗାଁର ଚତୁର୍ଭୁଜ କଟା(୭୧) ଓ ନରହରି ଗହୀର (୭୦), ସିନାପାଲି ଥାନା ଗୋବିନ୍ଦପୁର ଗାଁର କୁମୁଦ ହଂସ(୩୮) ଓ ସନ୍ତୋଷ ହଂସ(୨୮)।

ମିଳିଥିବା ସୂଚନା ମୁତାବକ, ମାସେ ତଳେ ବୋଡେନ ଥାନା ନାଗପଡ଼ା ପଞ୍ଚାୟତ ଝରଣାମାଇ ଗାଁ ନିକଟ ବାଜିନୀ ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରେ ଏକାଧିକ ବ୍ରଜକାପ୍ତାକୁ ଚତୁର୍ଭୁଜ ଓ ନରହରି ଶୀକାର କରିଥିଲେ। ପରେ ସେମାନେ ବଜ୍ରକାପ୍ତା କାତି ବାହାର କରି ଗଚ୍ଛିତ ରଖିବା ସହ ବିକ୍ରି ପାଇଁ ଗ୍ରାହକ ଖୋଜୁଥିଲେ। ଗତ ୧୮ ତାରିଖରେ ଏହି କାତି କିଣିବାକୁ ଗୋବିନ୍ଦପୁର ଗାଁର ବ୍ୟବସାୟୀ କୁମୁଦ ଓ ସନ୍ତୋଷ ଝରଣାମାଲ ଗାଁକୁ ଯାଇଥିଲେ। ଏହି ଖବର ପାଇ ଖଡ଼ିଆଳ ଡିଏଫ୍‌ଓ ଆଜିଜ ଖାନ୍‌ଙ୍କ ନିର୍ଦ୍ଦେଶ କ୍ରମେ ବନ ବିଭାଗ ଟିମ୍‌ ଝରଣାମାଲ ଗାଁରେ ଚଢାଉ କରିଥିଲା। ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିବା ବନ ବିଭାଗ ସୂତ୍ରରୁ ସୂଚନା ମିଳିଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ