୪୨ କୋଟି ଟଙ୍କାର ସୁଧ ରିହାତି ଯୋଜନା ମଞ୍ଜୁର କଲେ ସରକାର

ଭୁବନେଶ୍ଵର : ସମବାୟ ସମିତିଗୁଡ଼ିକ ଦ୍ୱାରା ସାର ବଣ୍ଟନକୁ ପ୍ରୋତ୍ସାହିତ କରିବା ପାଇଁ ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନା ମଞ୍ଜୁର କଲେ ରାଜ୍ୟ ସରକାର। ଚାଷୀମାନଙ୍କୁ ସଠିକ୍ ସମୟରେ ମିଳିବ ସାର। କଳାବଜାରୀ ରୋକିବାକୁ ସମବାୟ ବିଭାଗ ଦ୍ଵାରା ଏକ ନୂତନ ଯୋଜନାର କାର୍ଯ୍ୟକାରିତାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହା ଦ୍ଵାରା ଚାଷୀମାନଙ୍କୁ ସହଜ ଓ ସୁଗମ ଭାବରେ ସାର ବଣ୍ଟନ ହୋଇପାରିବ। ସମବାୟ ବିଭାଗର କମିଶନର ତଥା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ସ୍ଥାୟୀ ଆର୍ଥିକ କମିଟି ର ସୁପାରିଶ ଆଧାରରେ ଏହି ନିଷ୍ପତ୍ତି ନିଆଯାଇଛି।
ଏହି ନୂତନ ଯୋଜନାର ନାମ ହେଉଛି—”ସାରର ପୂର୍ବ-ମହଜୁଦ (ପ୍ରି-ପୋଜିସନିଂ) ପାଇଁ କ୍ୟାଶ୍ କ୍ରେଡିଟ୍ ଋଣ ଉପରେ ସୁଦ୍ଧ ରିହାତି।” ଅର୍ଥ ବିଭାଗ ଚଳିତ ଆର୍ଥିକ ବର୍ଷରୁ ଏହି ଯୋଜନାର କାର୍ଯ୍ୟକାରିତା ପାଇଁ ଅନୁମୋଦନ ପ୍ରଦାନ କରିସାରିଛି। ଏହି ଯୋଜନା ସମବାୟ ସମିତିଗୁଡ଼ିକର (PACS/LAMPCS) ଏକ ପ୍ରମୁଖ ଆର୍ଥିକ ସମସ୍ୟାର ସମାଧାନ କରିବ। ସାଧାରଣତଃ ଚାଷ ସମୟ ପୂର୍ବରୁ (ଅଗ୍ରୀମ ଭାବେ) ସାର ଆଣି ମହଜୁଦ ରଖିବା ଯୋଗୁଁ ସମିତିଗୁଡ଼ିକ ଉପରେ ମାତ୍ରାଧିକ ସୁଦ୍ଧ ବୋଝ ପଡ଼ିଥାଏ। କ୍ୟାଶ୍ କ୍ରେଡିଟ୍ (CC) ଋଣ ଉପରେ ୧୦୦% ସୁଦ୍ଧ ରିହାତି ପ୍ରଦାନ କରି ରାଜ୍ୟ ସରକାର ଏହି ଆର୍ଥିକ ବାଧାକୁ ଦୂର କରୁଛନ୍ତି। ଯାହାଦ୍ୱାରା ସମବାୟ ସମିତିଗୁଡ଼ିକ ପାଇଁ ସାରର ଅଗ୍ରୀମ ମହଜୁଦ ପ୍ରକ୍ରିୟା ସମ୍ପୂର୍ଣ୍ଣ ସୁଦ୍ଧ-ମୁକ୍ତ ହୋଇପାରିବ।

  • Related Posts

    ଆସନ୍ତାକାଲିଠୁ ଗଡ଼ିବ ପୁରୀ-ସୋଲାପୁର ସ୍ପେଶାଲ ଏକ୍ସପ୍ରେସ ଟ୍ରେନ

    ଭୁବନେଶ୍ବର: ଓଡ଼ିଶାରୁ ମହାରାଷ୍ଟ୍ର ଯାଉଥିବା ଟ୍ରେନଯାତ୍ରୀଙ୍କ ପାଇଁ ଖୁସି ଖବର । ଆସନ୍ତାକାଲି(ଅଗଷ୍ଟ 7)ରୁ ଗଡ଼ିବ ପୁରୀ-ସୋଲାପୁର ଜଙ୍କସନ ସ୍ପେଶାଲ ଏକ୍ସପ୍ରେସ । ଓଡ଼ିଶାରୁ ମହାରାଷ୍ଟ୍ର ଅଭିମୁଖେ ବଢ଼ୁଥିବା ଯାତ୍ରୀଙ୍କ ଚାହିଦାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ଏହି ନିଷ୍ପତ୍ତି…

    Continue reading
    ବିନା ଦୋଷରେ 22 ବର୍ଷ ଜେଲ: ତଦନ୍ତକୁ ଭର୍ସନା କଲେ ସୁପ୍ରିମକୋର୍ଟ

    ନୂଆଦିଲ୍ଲୀ: ବିନା ଦୋଷରେ ଜେଲରେ କଟିଲା 22 ବର୍ଷ । କେବଳ ସନ୍ଦେହ ଆଧାରରେ, ବିନା କୌଣସି ବିଶ୍ବସନୀୟ ପ୍ରମାଣରେ ଜେଲରେ 22 ବର୍ଷ କାଟିଥିବା ଓଡ଼ିଶାର ଜଣେ ବ୍ୟକ୍ତିଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି ସୁପ୍ରିମକୋର୍ଟ । ବ୍ୟକ୍ତି ଜଣକ ହେଉଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ