୪ ଜିଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ବର : ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ୨୨ରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। କୋରାପୁଟରେ ୮୨.୨ ମି.ମି ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବରରେ ୪୯.୭ ମି.ମି. ଛତ୍ରପୁରରେ ୪୩.୮ମିମି, ପାରଳାଖେମୁଣ୍ଡିରେ ୫୮ମିମି, କେନ୍ଦ୍ରାପଡ଼ାରେ ୪୨ ମି.ମି. ବର୍ଷା ହୋଇଛି। ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି।
୨୩ ଏବଂ ୨୪ରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ଏବଂ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ୨୫ରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୨୬ରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୩ ତାରିଖ ପାଇଁ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲା ପାଇଁ ରେଡ୍‌ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିରେ ‌କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲାଗୁଡ଼ିକରେ ଘଣ୍ଟା ପ୍ରତି ୫୦ରୁ ୬୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲାଗୁଡ଼ିକରେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି ବେଗରେ ପବନ ବହିପାରେ। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ଜିଲାଗୁଡ଼ିକରେ ଘଣ୍ଟା ପ୍ରତି ୪୦ରୁ ୫୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ଥିବାରୁ ୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ପଶ୍ଚିମ-କେନ୍ଦ୍ରୀୟ, ସଂଲଗ୍ନ ଉତ୍ତର-ପଶ୍ଚିମ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଆନ୍ଧ୍ରପ୍ରଦେଶ-ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ହାରାହାରି ୧୩.୫ମି.ମି. ବର୍ଷା ରେକର୍ଡ କରାଯାଇଛି। କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇଠାରେ ସର୍ବାଧିକ ୭୮ମି.ମି. ବର୍ଷା ରେକର୍ଡ ହୋଇଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ