୫ରୁ ବଦଳିବ ପାଣିପାଗ; ୧୩ରେ ଲଘୁଚାପ

ଭୁବନେଶ୍ବର: ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ଶୁଖିଲା ରହିବ ପାଗ । ୫ ତାରିଖ ଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଅକ୍ଟୋବର ୯ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ସେପଟେ ଆସନ୍ତା ୧୨ ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୩ ବେଳକୁ ଏହା ଲଘୁଚାପର ରୂପ ନେଇପାରେ । ୧୫ ତାରିଖ ବେଳକୁ ଅବପାତ ସମ୍ଭାବନା ରହିଛି । ଆଇଏମଡି ପକ୍ଷରୁ ଏନେଇ ଆକଳନ କରାଯାଇଛି । ତେବେ ଏହି ସିଷ୍ଟମ ଅଧିକ ଘନୀଭୂତ ହୋଇ ଅବପାତ, ଗଭୀର ଅବପାତ ନା ତା’ଠାରୁ ବେଶି ବଳ ଜୁଟାଇବ ତାହା ଏବେଠୁ ଆକଳନ କରିବା ମୁସ୍କିଲ୍ । ସମ୍ଭାବ୍ୟ ସିଷ୍ଟମକୁ ନେଇ ବିଭିନ୍ନ ମଡେଲ୍ ଭିନ୍ନ ଭିନ୍ନ ଆକଳନ କରୁଛନ୍ତି । ଜିଏଫଏସ୍ର ତାଜା ଆକଳନ ଅନୁସାରେ ଏହି ସିଷ୍ଟମ ଆସିବାକୁ ବିଳମ୍ବ ହୋଇପାରେ । ମାତ୍ର ଇସିଏମଡ୍ଲ୍ୟୁଏଫ୍ ଦେଖାଉଛି, ୧୬ ତାରିଖବେଳକୁ ଆନ୍ଧ୍ର ଉପକୂଳ ପାଖାପାଖି ଥିବ । କିନ୍ତୁ, ଏବେଠାରୁ କୌଣସି ମଡେଲ୍ ଏହାର ସମ୍ଭାବ୍ୟ ଗତିପଥ ଦେଖାଇ ନାହାନ୍ତି ।

ପାଣିପାଗ ବିଶାରଦ ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ହେଲା, ଅକ୍ଟୋବର ୭ ପର୍ଯ୍ୟନ୍ତ ଖରା, ଉଚ୍ଚ ତାପମାତ୍ରା ଓ ବାୟୁମଣ୍ଡଳ ଅଧିକ ଆର୍ଦ୍ରତା ରହିବ । ଟାଣ ଖରା ହେବ । ଅଧିକ ତାପମାତ୍ରା ଓ ଆର୍ଦ୍ରତା କାରଣରୁ ଗତ ଗରମ ପ୍ରକୋପ ଅନୁଭୂତ ହେବ। ୮ ରୁ ୧୫ ଅକ୍ଟୋବର ମଧ୍ୟରେ ଘୂର୍ଣ୍ଣିବାତ୍ୟା ଗଠନ ହେବାର ସମ୍ଭାବନା ରହିଛି । ତେବେ ଗଠନସ୍ଥଳ, ତୀବ୍ରତା ଓ ଗତିପଥ ଏପର୍ଯ୍ୟନ୍ତ ଅନିଶ୍ଚିତ ରହିଛି । ଓଡ଼ିଶା ପ୍ରତି କୌଣସି ବିପଦର ବିଶ୍ୱସନୀୟ ସଙ୍କେତ ଏପର୍ଯ୍ୟନ୍ତ ମିଳିନାହିଁ । ଯଦି ଘୂର୍ଣ୍ଣିବଳୟ ସୃଷ୍ଟି ହୁଏ ତାହେଲେ ଦଶହରାରେ ବଡ଼ ବର୍ଷା ହେବ । ସବୁଥର ଭଳି ଏଥର ବି ପାର୍ବଣ ଭିଜିବ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ