୫ ଟନ୍‌ରୁ ଅଧିକ ଗୋ ମାଂସ ଜବତ

ଭୁବନେଶ୍ୱର: ଓଡ଼ିଶାରୁ ପଶ୍ଚିମବଙ୍ଗ ଚାଲାଣ ହେଉଥିଲା ଗୋମାଂସ । ଶିଂଲା ଥାନା ପୁଟୁରା ଛକ ନିକଟରୁ ଗୋ ମାଂସ ବୋଝେଇ ପିକଅପ୍ ଭ୍ୟାନ୍ ଜବତ କଲା ପୋଲିସ । ଘଟଣା ସ୍ଥଳରୁ ଫେରାର ହେଲା ଡ୍ରାଇଭର । ଉକ୍ତ ଗାଡିରେ ୫ ଟନ୍‌ରୁ ଅଧିକ ଗୋ ମାଂସ ଥିବା ଜଣାପଡ଼ିଛି । ବାଲେଶ୍ୱର ଜିଲ୍ଲା ଶିଂଲା ଥାନା ପୁଟୁରା ଛକ ନିକଟରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଏକ ପିକଅପ୍‌ ଭ୍ୟାନ୍‌ରେ ୫ ଟନ୍‌ରୁ ଅଧିକ ଗୋ ମାଂସ ଚାଲାଣ ହେଉଥିଲା । ଏହି ଗୋମାଂସ ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଚାଲାଣ କରାଯାଉଥିଲା । ଏନେଇ ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ବାଟରେ ଛକି ବସିଥିଲା । ଗାଡ଼ିଟି ସେହି ବାଟ ଦେଇ ଯିବା ବେଳେ ତାକୁ ଗୋଡେଇ ଗୋଡେଇ ଧରିଥିଲା ପୋଲିସ । ହେଲେ ଏହାରି ଭିତରେ କୌଶଳକ୍ରମେ ଗାଡ଼ିର ଡ୍ରାଇଭର ଫେରାର ହୋଇଥିଲା । ଗୋମାଂସ ବୋଝେଇ ପିକଅପ୍‌ ଭ୍ୟାନ୍‌ଟିକୁ ପୋଲିସ ତବତ କରି ଘଟଣାର ତଦନ୍ତ କରୁଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ