୫ ବର୍ଷରେ ୭୨ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର : ଗତ ୫ ବର୍ଷରେ ୭୨ ଜଣ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ବିଭିନ୍ନ କାରଣ ପାଇଁ ଏମାନେ ଆହତ୍ମହତ୍ୟା କରିଥିବା ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖିଛନ୍ତି । ୫ ବର୍ଷରେ ସ୍କୁଲ ଓ କଲେଜରେ ୭୨ ଜଣ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ସରକାରୀ, ବେସରକାରୀ ସ୍କୁଲ ଓ କଲେଜରେ ୭୨ ଜଣ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି ।

୨୦୨୦ ମସିହାରୁ କେତେ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ତଥା ଗୃହ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ କଟକ ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଶ । ଏହାର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୫ ବର୍ଷରେ ସରକାରୀ ଓ ବେସରକରୀ ସ୍କୁଲ ଓ କଲେଜର ମୋଟ ୭୨ ଜଣ ଜଣ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା ପଛର ପ୍ରମୁଖ କାରଣ ଗୁଡିକ ହେଉଛି ମାନସିକ ଚାପ, ମାନସିକ ଅସନ୍ତୁଳନ, ସ୍କୁଲ କଲେଜରେ ମୋବାଇଲ ବ୍ୟବହାର ଉପରେ କଟକଣା, ପାଠପଢ଼ା ଚାପ, ସାଙ୍ଗ ସାଥୀଙ୍କ ସହ ଭୁଲ ବୁଝାମଣା । ସେହିପରି ଘରୋଇ କଳହ, ପ୍ରେମ ସଂପର୍କକୁ ନେଇ ସମସ୍ୟା, ପରୀକ୍ଷା ଓ ପ୍ରେମ ବ୍ୟାପାରକୁ ନେଇ ମାନସିକ ଅବସାଦ, ଘରକୁ ଯିବା ପାଇଁ ପିଲାଙ୍କ ଝୁଙ୍କ୍‌ ଓ ଅଭିଭାବକଙ୍କ ବାରଣ, ଏହାଛଡ଼ା ମାନସ୍ତାତ୍ତ୍ୱିକ ସମସ୍ୟା ମଧ୍ୟ କିଛି ପିଲାଙ୍କ ଜୀବନ ନେଇଛି । ଏସବୁ ସମସ୍ୟାକୁ ଚିହ୍ନଟ କରି ଛାତ୍ରଛାତ୍ରୀଙ୍କୁ ସଠିକ୍ କାଉନସେଲିଂ କରିବା ଉପରେ ଗୁରୁତ୍ୱ ଦିଆଯାଉଛି । ପିଲାଙ୍କ ସମସ୍ୟାକୁ ବୁଝି ସମାଧାନ ଦିଗରେ ସହଯୋଗ କରିବା ସହ ମାନସିକ ସଚେତନତା କରିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ