୫ ଲକ୍ଷ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ

ଭୋଗରାଇ: ଗହଣା ଦୋକାନ ଭିତରେ ପଶି ୫ ଲକ୍ଷ ନଗଦ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର କମର୍ଦ୍ଦା ଥାନା ଅନ୍ତର୍ଗତ କମର୍ଦ୍ଦା ବଜାରରେ ଥିବା ମାଳତୀ ଜୁଏଲର୍ସରୁ ଏହି ଲୁଟ୍‌ ହୋଇଛି ।

ସୂଚନା ମୁତାବକ, କମର୍ଦ୍ଦା ଅଞ୍ଚଳରେ ଅନନ୍ତ ରଣା ଦୀର୍ଘ ବର୍ଷ ଧରି ମାଳତୀ ଜୁଏଲର୍ସ ନାଁରେ ଏକ ସୁନା ଦୋକାନ କରିଥିଲେ । ବୁଧବାର ସକାଳେ ଦୋକାନ ଖୋଲି ଦୋକାନର ପୂଜା କାର୍ୟ୍ୟ ପାଇଁ କିଛି ଦୂରରେ ଥିବା ନଳକୂପକୁ ପାଣି ଆଣିବାକୁ ଯାଇଥିଲେ । ଏହାରି ଭିତରେ ଦୋକାନରେ ପଳି ଥିବା ୩୦୦ ଗ୍ରାମ ସୁନା ଅଳଙ୍କାର ଓ ୫ ଲକ୍ଷ ନଗଦ ଟଙ୍କା ନେଇ ଚମ୍ପଟ ମାରିଛନ୍ତି ଦୁର୍ବୃତ୍ତ । ଏହା ଦେଖି ଦୋକାନୀ ତୁରନ୍ତ ପୋଲିସକୁ ଏହି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ଖବର ପାଇ ଘଟଣା ସ୍ଥଳରେ କମର୍ଦ୍ଦା ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି ।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ