୬ ବେଳକୁ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ପାଶ୍ୱର୍ବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ଅଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ବିଭିନ୍ନ ମଡେଲକୁ ଅନୁଶୀଳନ କରି ଆଗାମୀ ଦୁଇ ସପ୍ତାହ ପାଇଁ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ ଜାରି କରିଛି । ଏହି ପୂର୍ବାନୁମାନ କହୁଛି, ଆସନ୍ତା ୬ ତାରିଖବେଳକୁ ଉତ୍ତର ବଙ୍ଗୋପସାଗର, ପାଶ୍ୱର୍ବର୍ତ୍ତୀ ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ୩-୪ ଦିନ ଭିତରେ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ପୂର୍ବ ମଧ୍ୟପ୍ରଦେଶ ଆଡ଼କୁ ଗତି କରିବା ସମ୍ଭାବନା ଅଛି । ସେହିପରି ଜୁଲାଇ ୧୧ରୁ ୧୭ ତାରିଖ ଭିତରେ ଆଉ ଏକ ଘୂର୍ଣ୍ଣିବଳୟ ହୋଇପାରେ ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଉପକୂଳ ପଶ୍ଚିମବଙ୍ଗ-ଓଡ଼ିଶା ଏବ ବାଂଲାଦେଶ ଉପରେ । ଏବେ ଗୋଟିଏ ଘୂର୍ଣ୍ଣିବଳୟ ଥିବାବେଳେ ଆଗକୁ ଆଗ ପଛ ହୋଇ ଆଉ ଦୁଇଟି ଘୂର୍ଣ୍ଣିବଳୟ ଓଡ଼ିଶା ମୁହାଁ ହେବେ । ଏଥିରୁ ସ୍ପଷ୍ଟ-ଓଡ଼ିଶାରେ ବର୍ତ୍ତମାନ ଶୁଖିଲା ପାଗ ଆଶା କମ୍‌ ।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ ହେଲା-ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା ଓ ପବନ ହୋଇପାରେ । ଝାରସୁଗୁଡ଼ା, ବରଗଡ଼, ସୋନପୁର, ସମ୍ବଲପୁର, ଦେବଗଡ଼, ବଲାଙ୍ଗୀର, ନୂଆପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଅଛି । ଶନିବାର ବାହୁଡ଼ା ଯାତ୍ରା ଦିନ ରାଜ୍ୟରେ ବିସ୍ତୃତ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଅଞ୍ଚଳ, ଉପକୂଳର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ସୁନ୍ଦରଗଡ଼ରେ ପ୍ରବଳରୁ ପ୍ରବଳତର ବର୍ଷା, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ୬ ତାରିଖ (ରବିବାର) ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣର ଅନେକ ସ୍ଥାନ ଏବଂ ଉତ୍ତର ଆଭ୍ୟନ୍ତରୀଣର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୭ରୁ ବର୍ଷା ପ୍ରକୋପ କମିବ । ତଥାପି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ