୮ ବର୍ଷ ପରେ ଭାରତ ହାତେଇଲା ଏସିଆ କପ୍ ପାଇଲା ଏଫଆଇଏଚ୍ ବିଶ୍ବକପ୍ ଯୋଗ୍ୟତା

ନୂଆଦିଲ୍ଲୀ,08।09:୮ ବର୍ଷ ପରେ ଏସିଆ କପ୍ ହାତେଇଲା ଭାରତ। ରାଜଗିରରେ ଅନୁଷ୍ଠିତ ପୁରୁଷ ଏସିଆ କପ୍ ହକିରେ ଦକ୍ଷିଣ କୋରିଆକୁ ୪-୧ ଗୋଲରେ ହରାଇ ଏହି ସଫଳତା ହାସଲ କରିଛି ଭାରତ । ଏଥିସହ ୨୦୨୬ରେ ହେବାକୁ ଥିବା ଏଫଆଇଏଚ୍ ବିଶ୍ବକପ୍ ପାଇଁ ଯୋଗ୍ୟତା ଅର୍ଜନ କରିଛି । ବିହାରରେ ପ୍ରଥମଥର ଖେଳାଯାଉଥିବା ଏହି ଟୁର୍ଣ୍ଣାମେଣ୍ଟରେ ଭାରତକୁ ଆରମ୍ଭରୁ ଟାଇଟଲ୍ ଦାବିଦାର କୁହାଯାଉଥିଲା । ଆଉ ପୂରା ଟୁର୍ଣ୍ଣାମେଣ୍ଟରେ ଅପରାଜେୟ ରହି ଭାରତ ଚାମ୍ପିୟନ୍ ହୋଇଛି । ଟିମ୍ ଇଣ୍ଡିଆ ପାଇଁ ସୁଖଜିତ ସିଂହ, ଅମିତ ରୋହିଦାସ ଗୋଟିଏ ଲେଖାଏଁ ଗୋଲ ଏବଂ ଦିଲପ୍ରୀତ ସିଂହ ଦୁଇଟି ଗୋଲ ଦେଇଥିଲେ । ଏହା ସହିତ, ଭାରତ ୨୦୧୩ ଫାଇନାଲର ପରାଜୟର ପ୍ରତିଶୋଧ ନେଇଛି, ଯେତେବେଳେ ଦକ୍ଷିଣ କୋରିଆ ଭାରତକୁ ୪-୩ ଗୋଲରେ ପରାସ୍ତ କରି ଟ୍ରଫି ଜିତିଛି । ପଞ୍ଜାବର ଦିଲପ୍ରୀତ ସିଂହଙ୍କ ୨ଟି ଗୋଲ ଦେଇ ଦେଶକୁ ବିଜୟର ସ୍ବାଦ ଚଖାଇଛନ୍ତି ସେହିଭଳି ଓଡିଆ ଯୁବ ଫରୱାର୍ଡ ଶିଳାନନ୍ଦ ଲାକ୍ରା ଏବଂ ଅଭିଜ୍ଞ ଅଲିମ୍ପିଆନ୍‌ ଅମିତ ରୋହିଦାସ ଏହି ଦଳର ଅଂଶବିଶେଷ ଥିଲେ। ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କି ବି ଫାଇନାଲ୍‌ର ଅତିଥି ଥିଲେ। ଶିଳାନନ୍ଦ ପ୍ରଥମ ଥର ଏବଂ ଅମିତ ତୃତୀୟ ଥର ଏସିଆ କପ୍‌ ପଦକ ଜିତିଥିଲେ। ଅମିତ ପୂର୍ବରୁ ୨୦୧୩ରେ ରୌପ୍ୟ ଏବଂ ୨୦୧୭ରେ ସ୍ବର୍ଣ୍ଣ ପଦକ ଜିତିଥିଲେ।

  • Related Posts

    ଆଜି ସୁପର କିଙ୍ଗ୍‌ସ-କିଙ୍ଗ୍‌ସ ମୁକାବିଲା

    କଲକାତା: ଆଇପିଏଲରେ ଶୁକ୍ରବାର ଚେନ୍ନଇ ସୁପରକିଙ୍ଗ୍‌ସ ଓ ପଞ୍ଜାବ କିଙ୍ଗ୍‌ସ ମଧ୍ୟରେ ସପ୍ତମ ମ୍ୟାଚ ଖେଳାଯିବ। ଉଭୟ ଦଳ ଦ୍ବିତୀୟ ମ୍ୟାଚରେ ଅବତ୍ତୀର୍ଣ୍ଣ ହେ​‌େ​‌ବ। ଚେନ୍ନଇ ସୁପରକିଙ୍ଗ୍‌ସ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବାବେଳେ ପଞ୍ଜାବ କିଙ୍ଗ୍‌ସ ବିଜୟ ହାସଲ କରିଥିଲା। ଋତୁରାଜ…

    Continue reading
    ଲକ୍ଷ୍ନୌକୁ ୬ ଓ୍ବିକେଟରେ ହରାଇଲା ଦିଲ୍ଲୀ

    ଲକ୍ଷ୍ନୌ:ଆଇପିଏଲ୍ ୨୦୨୬ ର ପଞ୍ଚମ ଲିଗ୍ ମ୍ୟାଚ୍ ରେ, ଦିଲ୍ଲୀ କ୍ୟାପିଟାଲ୍ସ ଲକ୍ଷ୍ନୌ ସୁପରଜାଏଣ୍ଟସ୍ କୁ ୬ ୱିକେଟରେ ପରାସ୍ତ କରିଛି। ସମୀର ରିଜଭି ଏବଂ ଟ୍ରିଷ୍ଟନ୍ ଷ୍ଟବ୍ସ ଦଳକୁ ବିଜୟୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଏହି ଯୋଡ଼ି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ