୯ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ଟ୍ରପ୍‌ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆହୁରି ୨୪ଘଣ୍ଟା ଧରି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି। ଆସନ୍ତା ୯ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି ହୋଇଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି।
ଗତ ୨୪ ଘଣ୍ଟାରେ ବରଗଡ଼ ଜିଲା ପଦମପୁର ଅଞ୍ଚଳରେ ସର୍ବାଧିକ ୮.୮ ସେମି ବର୍ଷା ରେକର୍ଡ କରାଯାଇଛି। ଏହାଛଡ଼ା ଝାରସୁଗୁଡା, ବାଲେଶ୍ବର, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ, ଦେବଗଡ ଆଦି ଜିଲାର ସ୍ଥାନେ ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ସଂଲଗ୍ନ ପୂର୍ବ ରାଜସ୍ଥାନ ଉପରେ ଥିବା ଲଘୁଚାପ କ୍ଷେତ୍ର ଦେଇ ମୌସୁମୀଜନିତ ନିମ୍ନଚାପରେଖା ଗତି କରୁଛି। ଏହା ପ୍ରଭାବରେ ଆଉ ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ