notice to former dgp ୱାଇବି ଖୁରାନିଆଙ୍କୁ ହାଇକୋର୍ଟ ନୋଟିସ୍‌

ରାଜ୍ୟର ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ କାରଣ ଦର୍ଶଆ ନୋଟିସ ଜାରି କରିଛନ୍ତି ହାଇକୋର୍ଟ। ବାରମ୍ବାର ସୁଯୋଗ ଦିଆଯିବା ସ‌ତ୍ତ୍ୱେ କୋର୍ଟଙ୍କ ଆଦେଶ କାର୍ଯ୍ୟକାରୀ ନ ହେବା ଓ ମାମଲାରେ ବିଭ୍ରାନ୍ତିମୂଳକ ସତ୍ୟପାଠ ଦାଖଲ କରିବା ଅଭି‌ଯୋଗକୁ ହାଇକୋର୍ଟ ଗୁରୁତ୍ୱର ସହ ନେଇ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆବଦେନକାରୀ ସାଗରିକା ପରିଡ଼ାଙ୍କ ପକ୍ଷରୁ ଅଦାଲତ ଅବମାନନା ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।୨୦୨୫, ସେପ୍ଟେମ୍ବର ୨୫ ଆଦେଶକୁ ଜାଣିଶୁଣି ଉଲ୍ଲଂଘନ ପାଇଁ କାହିଁକି ତାଙ୍କ ବିରୋଧରେ ଅଦାଲତ ଅବମାନନା ଆଇନର ଧାରା ୧୨ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ, ସେ ନେଇ କାରଣ ଦର୍ଶାଇବାକୁ ଶ୍ରୀ ଖୁରାନିଆଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ।ଯୋଗେଶ ବାହାଦୂର ଖୁରାନିଆ ଅବସର ନେଇ ସାରିଥିବାରୁ ପୁଲିସ ଆଇଜି (ପର୍ସୋନେଲ) ତାଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରଦାନ କରିବେ। କାରଣ ଦର୍ଶାଅ ନୋଟିସ ପାଇବାର ୭ ଦିନ ଭିତରେ ପୂର୍ବତନ ଡିଜିପି ଜବାବ ରଖିବେ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି।ଯୋଗେଶ ବାହାଦୂର ଖୁରାନିଆ ଅଗଷ୍ଟ ୧୬ ତାରିଖରେ ଅବସର ନେଇ ସାରିଥିଲେ ମଧ୍ୟ ତାଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଚାଲିବ ବୋଲି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି।ଏହା ସହିତ ୪ସପ୍ତାହ ମଧ୍ୟରେ ଆବେଦନକାରୀଙ୍କୁ ଚାକିରିରେ ପୁନଃସ୍ଥାପିତ ସଂପର୍କିତ ପୂର୍ବ ନିର୍ଦ୍ଦେଶ କାର୍ଯ୍ୟକାରୀ ସୁନିଶ୍ଚିତ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏଥିରେ ଅବହେଳା ହୁଏ, ତା’ହେଲେ ଭାରପ୍ରାପ୍ତ ଡିଜିପି ଓ ଆଇଜି (ପର୍ସୋନେଲ) ସେପ୍ଟେମ୍ବର ୨୮ତାରିଖରେ ବ୍ୟକ୍ତିଗତ ଭାବେ ହାଜର ହେବେ ବୋଲି ହାଇକୋର୍ଟ କହିଛନ୍ତି।

  • Related Posts

    MV Ocean Winner ପାରାଦୀପ ଅଣାଯାଉଛି ୨ ଚାଇନିଜ୍ କ୍ରୁ ସଦସ୍ୟ

    ମଝି ସମୁଦ୍ରରେ ଜାହାଜ ସହିତ ଘଟିଲା କଣ? କାହିଁକି ବୁଡ଼ିଗଲା MV Ocean Winner? ଖୋଲିବ ଜାହାଜ ବୁଡ଼ି ଗୁମର। ବଙ୍ଗୋପସାଗରରେ MV Ocean Winner ବୁଡ଼ିବା ଘଟଣାରେ ଆସିଛି ବଡ଼ ଖବର। ଜାହାଜରୁ ଉଦ୍ଧାର ହୋଇଥିବା ୨ ଚାଇନିଜ୍ କ୍ରୁ…

    Continue reading
    cm mohan majhi ଆଜି ଗୋପାଳପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

    ବ୍ରହ୍ମପୁର:ଗୁରୁବାର ଗୋପାଳପୁର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ଗୋପାଳପୁର ଗସ୍ତକୁ ସଫଳ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ନିମନ୍ତେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହାକୁ ନେଇ ବ୍ୟାପକ ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ