ଅଁଳା ନବମୀ;ସାକ୍ଷୀଗୋପାଳରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ସାକ୍ଷୀଗୋପାଳ : ଆଜି ପବିତ୍ର ଅଁଳା ନବମୀ । ଶ୍ରୀରାଧାପାଦ ଦର୍ଶନ ପାଇଁ ସାକ୍ଷୀଗୋପାଳରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜମିଛି ଭିଡ଼ । ରାତି ଗୋଟାଏରୁ ଆରମ୍ଭ ହୋଇଛି ମାଆଙ୍କ ଦର୍ଶନ । ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ରାଧାରାଣୀ । ନଟବର ବେଶରେ ଦର୍ଶନ ଦେଉଛନ୍ତି ପ୍ରଭୁ ସାକ୍ଷୀଗୋପାଳ ।

ସେବାୟତ ପରମ୍ପରା ଅନୁସାରେ, ସେବାୟତ ପରିବାରର ଜଣେ ଝିଅ ମା’ ରାଧାଙ୍କ ସ୍ୱରୂପ ଧାରଣ କରିଛନ୍ତି । ହରିବୋଲ ହୁଳହୁଳି ଧ୍ବନୀରେ ପ୍ରକମ୍ପିତ ହେଉଛି ପରିବେଶ । ବର୍ଷକୁ ଥରେ ମାତ୍ର ଶ୍ରୀରାଧାଙ୍କ ପାଦ ଦର୍ଶନ ମିଳୁଥିବାରୁ ଏହି ଦୁର୍ଲଭ ଦର୍ଶନକୁ ଅତ୍ୟନ୍ତ ପୁଣ୍ୟପ୍ରଦ ବୋଲି ଭକ୍ତମାନେ ବିଶ୍ୱାସ କରନ୍ତି । ଏଥିପାଇଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତ ସହ ପଡ଼ୋଶୀ ରାଜ୍ୟରୁ ମଧ୍ୟ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି।

ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଆଖି ଆଗରେ ରଖି ପୁଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ଏବଂ ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ୍ ଓ ସ୍ୱତନ୍ତ୍ର ଧାଡ଼ି ବ୍ୟବସ୍ଥା ହୋଇଛି । ସ୍ଥାନୀୟ ଚନ୍ଦନ ପୋଖରୀ ନିକଟରୁ ଆରମ୍ଭ ହୋଇଛି ଧାଡ଼ି ଦର୍ଶନ । ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିଜେ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ସ୍ଥିତି ଅନୁଧ୍ୟାନ କରିଛନ୍ତି ।

  • Related Posts

    ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ

    ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଆସିଛି ଅତିରିକ୍ତ ବଜେଟ୍। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ କରିଛନ୍ତି। ଅତିରିକ୍ତ ବଜେଟରେ କୃଷି ଓ କୃଷକଙ୍କ କଲ୍ୟାଣ…

    Continue reading
    ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆର୍‌ଡିସି

    ଇନ୍ଦ୍ରଗଡ଼ ପଞ୍ଚାୟତ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକରେ ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ଘଟିଥିବା ବ୍ୟାପକ କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସହ ଆଗାମୀ ବାତ୍ୟା ଆକଭନ ର ପ୍ରସ୍ତୁତ ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !