ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

ଭୁବନେଶ୍ୱର: ଏଥର ସ୍ବାୟତ୍ତ ଶାସନ ଦିବସରେ ରାଜ୍ୟର ୧୧୫ଟି ସହରାଞ୍ଚଳରେ ଶତାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ହେବ। ଏଥିପାଇଁ ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଭିନ୍ନ ବିଭାଗର ମନ୍ତ୍ରୀ, ବିଧାୟକ, ପୌର ସଂସ୍ଥାଗୁଡ଼ିକର ମେୟର, ପୌରାଧ୍ୟକ୍ଷମାନେ ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ। ଅଗଷ୍ଟ ୩୧ରେ ସ୍ବାୟତ୍ତ ଶାସନ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହରାଞ୍ଚଳବାସୀଙ୍କୁ ବଡ଼ ଭେଟି ଦେବେ ବୋଲି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସୂତ୍ରରୁ ଜାଣିବାକୁ ମିଳିଛି। ସବୁ ପୌର ସଂସ୍ଥା ଏଥରର ସ୍ବାୟତ୍ତ ଶାସନ ଦିବସକୁ ଲୋକଙ୍କ ସହ ପାଳନ କରିବା ସହ ସମସ୍ତଙ୍କ ପାଇଁ ସ୍ମରଣୀୟ କରିବାକୁ ନଗର ଉନ୍ନୟନ ବିଭାଗ ପକ୍ଷରୁ କୁହାଯାଇଛି। ଏଥିପାଇଁ କେଉଁ ପୌରସଂସ୍ଥାରେ କେଉଁ ପ୍ରକଳ୍ପର ଉଦ୍‌ଘାଟନ, ଶିଳାନ୍ୟାସ ହେବ ତା’ର ତାଲିକା ଦେବାକୁ କୁହାଯାଇଛି। ସମସ୍ତ ବଡ଼ ପ୍ରକଳ୍ପକୁ ଅଗଷ୍ଟ ୩୧ରେ ମୁଖ୍ୟମନ୍ତ୍ରୀ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଦ୍ବାରା ଉଦ୍‌ଘାଟନ କରିବା ଏବଂ ଅନ୍ୟ ପ୍ରକଳ୍ପକୁ ଅଗଷ୍ଟ ୨୫ରୁ ୩୦ ମଧ୍ୟରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଉଦ୍‌ଘାଟନ କରିବାକୁ ବିଭାଗ ପକ୍ଷରୁ କୁହାଯାଇଛି।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ