ଭୁବନେଶ୍ୱର: ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍ଶୀଘ୍ର ୨ ହଜାରରୁ ଊଦ୍ଧର୍ବ ଗୃହରକ୍ଷୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। ୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ପାଇଁ ଲକ୍ଷ୍ୟ ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା
ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…




