ଅଙ୍ଗନବାଡି କର୍ମୀଙ୍କୁ ସ୍ମାର୍ଟ ଫୋନ, ସୁଭଦ୍ରା ଶକ୍ତି ସମ୍ୱାଦ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ସମାରୋହ ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଛି । ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଅଙ୍ଗନବାଡି କର୍ମୀଙ୍କୁ ସ୍ମାର୍ଟ ଫୋନ, ସୁଭଦ୍ରା ଶକ୍ତି ସମ୍ୱାଦ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ସେହିପରି ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ସହ ଭୁବନେଶ୍ୱର ପାଇଁ ୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର ।
ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହୋଇଛି ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ସମାରୋହ । ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ବର୍ଷ ମଧ୍ୟରେ ନିଆଯାଇଥିବା ବିଭିନ୍ନ ଜନକଲ୍ୟାଣକାରୀ ପଦକ୍ଷେପ ଓ ଯୋଜନା ସମ୍ପର୍କରେ ଆଲୋକପାତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, “ଆମ ସରକାର ପ୍ରଧାନମନ୍ତ୍ରୀଙ୍କ ‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ଓ ସବ୍‌କା ପ୍ରୟାସ’ର ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ବିକଶିତ ଭାରତର ସ୍ୱପ୍ନ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦକୁ ପାଥେୟ କରି ଆମେ ଏକ ସମୃଦ୍ଧ, ସଶକ୍ତ ଏବଂ ସ୍ୱାଭିମାନୀ ଓଡ଼ିଶା ଗଢ଼ିବାକୁ ପ୍ରତିବଦ୍ଧତାର ସହ ଉଦ୍ୟମ ଜାରି ରଖିଛୁ ।”
ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ଅଙ୍ଗନବାଡି କର୍ମୀ, ସୁପରଭାଇଜର ଏବଂ ବ୍ଲକ ସଂଯୋଜକମାନଙ୍କ ପାଇଁ ସ୍ମାର୍ଟ ଫୋନ ପ୍ରଦାନର ଶୁଭାରମ୍ଭ କରିଛନ୍ତି । ରାଜ୍ୟର ୭୨,୨୨୪ ଅଙ୍ଗନବାଡି କର୍ମୀ, ୨୮୦୨ ଲେଡି ସୁପରଭାଇଜର ଓ ୩୩୮ ବ୍ଲକ ସଂଯୋଜକଙ୍କୁ ଏହି ଫୋନ ପ୍ରଦାନ କରାଯିବ । ଏଥିସହିତ ମୁଖ୍ୟମନ୍ତ୍ରୀ, ସୁଭଦ୍ରା ଶକ୍ତି ସମ୍ୱାଦ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ୨ ବର୍ଷର ସଫଳତା ଓ ଉପଲବ୍ଧି ଶୀର୍ଷକ ଏକ ପ୍ରଦର୍ଶନୀ ଉଦଘାଟନ କରିବା ସହିତ ବୁଲି ଦେଖିଛନ୍ତି ।

  • Related Posts

    ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ

    ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ସମ୍ପତ୍ତି ସଂକ୍ରାନ୍ତୀୟ ମିଥ୍ୟା ତଥ୍ୟ ଦେବେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଶୁକ୍ରବାର ଇ-ମେଲ୍‌ ଯୋଗେ ପଠାଇଛନ୍ତି। ଏଥିରେ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ପାଇଁ ବ୍ଲକ ଅଫିସ୍‌ ଯାଇଥିବା ସମୟରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ