ଅଙ୍ଗନବାଡି ସକାଳୁଆ କରିବାକୁ ନିଷ୍ପତ୍ତି

ଭୁବନେଶ୍ବର : ବଢିଚାଲିଛି ଖରାର ତାତି। ରାଜ୍ୟରେ ଗତ କିଛି ଦିନ ଧରି ପାରଦ ଉପରମୁହାଁ ରହୁଛି। ସକାଳ ୧୦ଟାରୁ ଆରମ୍ଭ କରି ସନ୍ଧ୍ୟା ପର୍ୟ୍ୟନ୍ତ ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଲୋକ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ତେବେ ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ମଙ୍ଗଳବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜରୁରୀକାଳୀନ ପ୍ରସ୍ତୁତି ବୈଠକ ଡାକିଥିଲେ। ଯେଉଁ ବୈଠକରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଅଙ୍ଗନବାଡି ସକାଳୁଆ କରିବାକୁ ନିଷ୍ପତ୍ତି ହୋଇଛି। ସକାଳ ୭ଟାରୁ ୯ଟା ଚାଲିବ ଅଙ୍ଗନବାଡ଼ି। ଏଥିସହ ସ୍କୁଲ ଗୁଡିକୁ ସକାଳୁଆ କରିବା ପାଇଁ ତୁରନ୍ତ ଜିଲ୍ଲାପାଳ ମାନେ ଏସଓପି ଜାରି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ଗତକାଲିର ବୈଠକରେ ସମସ୍ତ ଜିଲ୍ଲାପାଳ ଓ ଉପସ୍ଥିତ ଥିବା ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ କହିଲେ ଯେ, ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଗୁଆ ଆସିଛି । ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ଅଧିକ ରହୁଛି । ଯଦିଓ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆଗାମୀ ଦିନରେ ତାପମାତ୍ରା କମିବ, ତେବେ ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡିବ । ସରକାରୀ ସ୍ତରରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଯାହା ଝଙଚ ଜାରି କରାଯାଇଛି, ତାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ମାନେ କାର୍ୟ୍ୟ କରନ୍ତୁ, ଆବଶ୍ୟକସ୍ଥଳେ ଏସଓପି ବାହାରେ ମଧ୍ୟ କାମ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ