ଅଙ୍ଗନୱାଡ଼ି କର୍ମୀ ଓ କମ୍ୟୁନିଟି ଷ୍ଟାଫ୍‌ମାନଙ୍କୁ ନେଇ ବାର୍ତ୍ତାଳାପ କାର୍ଯ୍ୟକ୍ରମ

ମହିଳା ସଶକ୍ତିକରଣକୁ ଅଧିକ ତ୍ୱରାନ୍ୱିତ କରିବା ଦିଗରେ ଗୁରୁତ୍ୱାରୋପ
ଦେବଗଡ଼:ସ୍ଥାନୀୟ ପଶ୍ଚିମ ଓଡିଶା ବିକାଶ ପରିଷଦ ପ୍ରେକ୍ଷାଳୟରେ ଆଜି ଦେବଗଡ଼ ଜିଲ୍ଲାର ଅଙ୍ଗନୱାଡ଼ି କର୍ମୀ ଓ କମ୍ୟୁନିଟି ଷ୍ଟାପ ମାନଙ୍କୁ ନେଇ ବାର୍ତ୍ତାଳାପ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ।ଅଙ୍ଗନୱାଡ଼ି କର୍ମୀମାନଙ୍କ ସହ ସିଧାସଳଖ ଆଲୋଚନା କରିବା ସହ ସେମାନେ ସେମାନଙ୍କର ଅନୂଭୂତି ସଂପର୍କରେ କହିବା ସହ ମହିଳା ଓ ଶିଶୁଙ୍କ ବିକାଶ ସୁନିଶ୍ଚିତ କରିବା ସହ ଅଙ୍ଗନୱାଡ଼ି ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ସରକାର ସଂକଳ୍ପବଦ୍ଧ ବ‌ୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡା କହିଥିଲେ। ଏହାସହିତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସହ ତୃଣମୂଳ ସ୍ତରରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ସଶକ୍ତିକରଣ, ଜୀବିକା ବିକାଶ,ବିଭିନ୍ନ ସରକାରୀ ଯୋଜନା ଏବଂ ମହିଳା ସଶକ୍ତିକରଣରକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପରିଡା ଆହ୍ୱାନ କରିଥିଲେ। ଜିଲ୍ଲାରେ ଥିବା ୮୦୦ ଅଙ୍ଗନୱାଡ଼ି କେନ୍ଦ୍ର ମଧ୍ୟରୁ ୧୮ ଟି ଅଙ୍ଗନୱାଡ଼ି କେନ୍ଦ୍ରର ଘର ବାକି ରହିଥିବା ସୂଚନା ଦେଇ ଅତିଶୀଘ୍ର ଘର ନିର୍ମାଣ କରାଯିବ ବୋଲି ସୂଚନା ଦେବା ସହ ଅଙ୍ଗନୱାଡି କର୍ମୀଙ୍କ ଦରମା ବୃଦ୍ଧି ନେଇ ସରକାର ବିଚାର ବିମର୍ଷ କରୁଥିବାବେଳେ ଖୁବଶୀଘ୍ର ଦରମା ବୃଦ୍ଧି କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଥିଲେ।ଜିଲ୍ଲାପାଳ କବୀନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେବା ସହ ଜିଲ୍ଲାର ଉନ୍ନତି ମୂଳକ ଅଗ୍ରଗତି ସମ୍ପର୍କରେ ଆଲୋକପାତ କରାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ,ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ଡିଏସଡବ୍ଲୁଓ ସୁରତୀ ପ୍ରଧାନ,ମିଶନ ଶକ୍ତିର ଡିପିଏମ ଶିଶିର ଷଡ଼ଙ୍ଗୀ ପ୍ରମୁଖ ମଞ୍ଚାସୀନ ଥିଲେ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ