ଅଚ୍ୟୁତଙ୍କ ଗିରଫ ଦାବି କଲେ ତାରା

ଭୁବନେଶ୍ୱର:କିଟରେ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଶୁକ୍ରବାର ବିଧାନସଭାରେ କଂଗ୍ରେସ ପକ୍ଷରୁ ଆଗତ ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହୋଇଛି । ଏହି ଅବସରରେ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ମୁଲତବୀ ଆଲୋଚନାରେ ଭାଗ ନେଇ ଘଟଣାର ନ୍ୟାୟିକ ତଦନ୍ତ ଦାବି ସହ କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବି କରିଛନ୍ତି । କାହିଁକି ଏପର୍ଯ୍ୟନ୍ତ ଅଚ୍ୟୁତ ସାମନ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ ବୋଲି ତାରା ପ୍ରଶ୍ନ କରିଛନ୍ତି । ସିସିଟିଭି ଫୁଟେଜ ଯାଞ୍ଚ କରିବାକୁ ମଧ୍ୟ ତାରା ଦାବି କରିଛନ୍ତି । କେତେ ଜଣ ଆଇଏଏସ, ଆଇପିଏସଙ୍କ ପରିବାର ଲୋକେ କିଟରେ ଚାକିରି କରିଛନ୍ତି ତାହା ଜଣାପଡ଼ିବ । କେବଳ ନେପାଳୀ ପିଲାମାନଙ୍କ ପାଇଁ କାହିଁକି ସାଇନ ଡାଏ ହେଲା ବୋଲି ତାରା ପ୍ରଶ୍ନ କରିଛନ୍ତି । ଅଶାଳୀନ ବ୍ୟବହାର କରିଥିବା ମହିଳାମାନଙ୍କୁ ମଧ୍ୟ କାହିଁକି ଗିରଫ କରାଯାଇନାହିଁ ବୋଲି ତାରା ପ୍ରଶ୍ନ କରିଛନ୍ତି ।

ଏହି ଅବସରରେ ବିଜେପି ବିଧାୟକ ବାବୁ ସିଂ ଆଲୋଚନାରେ ଅଂଶଗ୍ରହଣ କରି କିଟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କରିଛନ୍ତି । ଆଉ କହିଛନ୍ତି ଯେ ୧୯୯୧ ମସିହାରେ ମହର୍ଷିରେ ପଢ଼ାଇବା ବେଳେ ଅଚ୍ୟୁତ ୮୦୦ ଟଙ୍କା ଦରମା ପାଉଥିଲେ । ୩୧ ବର୍ଷ ପରେ ସେ ଏବେ ୧୫ ହଜାର କୋଟିର ମାଲିକ । କେମିତି ସେ ଏତେ କୋଟିର ମାଲିକ ହେଲେ ବୋଲି ଶ୍ରୀ ସିଂ ପ୍ରଶ୍ନ କରିଛନ୍ତି । ଏହାଛଡ଼ା ବାବୁ ସିଂ କହିଛନ୍ତି ଯେ ଅଚ୍ୟୁତ ସାମନ୍ତ ସମାଜକୁ ଲୁଣ୍ଠନ କରି ରାଜ୍ୟ ଓ ଦେଶକୁ ଲଜ୍ଜିତ କରିଛନ୍ତି ।

ଏହି ଅବସରରେ ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିବୃତ୍ତି ରଖି ଘଟଣାକୁ ନିନ୍ଦା କରିବା ସହ ବର୍ବୋରଚିତ ବୋଲି କହିଛନ୍ତି ।ଏହାଛଡ଼ା ସେ କହିଛନ୍ତି ଯେ କିଟ ଘଟଣାକୁକୁ ନେଇ ୩ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସମେତ କେନ୍ଦ୍ର ସରକାର ଘଟଣାକୁ ଗୁରୁତର ସହ ନେଇଛନ୍ତି । କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହ ନିୟମିତ ଯୋଗାଯୋଗରେ ଅଛନ୍ତି । ଯୋଗାଯୋଗରେ ରହି କେନ୍ଦ୍ର ସରକାର ଘଟଣା ସମ୍ପର୍କରେ ସବିଶେଷ ତଥ୍ୟ ନେଉଛନ୍ତି । ନେପାଳ କର୍ତ୍ତୃପକ୍ଷଙ୍କ ସହ ରାଜ୍ୟ ସରକାରଙ୍କ ପ୍ରତିନିଧି ବି ଆଲୋଚନା କରିଛନ୍ତି । ଏମିତିକି ଛାତ୍ରଛାତ୍ରୀଙ୍କ ସହ ବ୍ୟକ୍ତିଗତ ଆଲୋଚନା କରିଥିବା ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ରାଜ୍ୟ ସରକାର ୪ଟି ୨୪ଘଣ୍ଟିଆ ହେଲ୍ପ ଲାଇନ ଜାରି କରିଛନ୍ତି । ନେପାଳ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ଫେରିଆସିବାକୁ ଅନୁରୋଧ କରାଯାଇଛି । ଛାତ୍ରଛାତ୍ରୀଙ୍କ ପାଇଁ ରିମେଡିଆଲ କ୍ଲାସ ହେବ । ମିଡ ସେମିଷ୍ଟାର ଘୁଞ୍ଚାଯିବ । ରାଜ୍ୟ ସରକାର ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ