
ଅନୁଗୋଳ: ଅନୁଗୋଳ ଜିଲ୍ଲା ଜରପଡା ଥାନା ଅନ୍ତର୍ଗତ ବଡହିଂସର ଗାଁରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ପୂର୍ଣ୍ଣଚନ୍ଦ୍ର ସାହୁ (୪୫) ଏବଂ ଧିରେନ ସାହୁ (୨୬) ବୋଲି ଜଣାପଡିଛି। ଉଭୟ ଏକ ବାଇକ୍ ଯୋଗେ ପୁରୁଣାକୋଟ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁକୁ ଦଣ୍ଡନାଚ ଦେଖିବାକୁ ଯାଇ ଘରକୁ ଫେରୁଥିଲେ। ଏତିକିବେଳେ ହିଂସିରିଡା ଗାଁ ନିକଟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା । ଯାହା ଫଳରେ ଉଭୟ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ପରେ କିଛି ସ୍ଥାନୀୟ ଲୋକ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।




