ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

ଗୁଣୁପୁର : ରାୟଗଡା ଜିଲ୍ଲା ପଦ୍ମପୁର ଥାନା ଅନ୍ତର୍ଗତ ୩୨୬ ନମ୍ବର ଜାତୀୟ ରାଜପଥର ଖମ୍ଭରିଗୁଡ଼ା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଏକ ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖମ୍ବାରିଗୁଡା ଗ୍ରାମର ଜଗା ଶବର (ପ୍ରାୟ ୩୦ ବର୍ଷ)। ଏହି ଘଟଣା ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।ସୂଚନା ଅନୁସାରେ, ଗତ ମଧ୍ୟରାତ୍ରିରେ ବର୍ଷା ହୋଇଥିବାରୁ ଜଗା ଶବର ନିଜ ଚାଷ ଜମିକୁ ବର୍ଷା ପାଣି ରଖି ଚାଷ କାମ ପାଇଁ ଯାଇଥିଲେ। କାମ ସାରି ନିଜ ଘରକୁ ଫେରୁଥିବା ବେଳେ ଖମ୍ଭରିଗୁଡ଼ା ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ପଳାଇ ଯାଇଥିବା ଜଣାପଡ଼ିଛି।
ଆଜି ଭୋର ପ୍ରାୟ ୫ଟା ବେଳେ ସ୍ଥାନୀୟ ଲୋକେ ଯୁବକଙ୍କୁ ରକ୍ତାକ୍ତ ଅବସ୍ଥାରେ ରାସ୍ତା କଡ଼ରେ ପଡିଥିବା ଦେଖି ପରିବାରକୁ ଖବର ଦେଇଥିଲେ। ପରେ ସମ୍ପର୍କୀୟମାନେ ୧୦୮ ଆମ୍ବୁଲେନ୍ସ ଯୋଗେ ତାଙ୍କୁ ପଦ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଖବର ପାଇ ପଦ୍ମପୁର ପୁଲିସ ଘଟଣାସ୍ଥଳ ଓ ମେଡିକାଲରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇ ଫେରାର ହୋଇଥିବା ଅଜଣା ଗାଡିକୁ ଚିହ୍ନଟ କରି ଶୀଘ୍ର ଗିରଫ କରିବାକୁ ମୃତକଙ୍କ ପରିବାର ଦାବି କରିଛନ୍ତି।

ସେପଟେ ପଦ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ମୃତକଙ୍କ ସମ୍ପର୍କୀୟଙ୍କ କାନ୍ଦବୋବାଳିରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ପୁଲିସ ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରଖିଛି।ମୃତଦେହକୁ ଜବତ କରି ଗୁଣୁପୁର ଉପଖଣ୍ଡସ୍ତରିୟ ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଛେଦ ପାଇଁ ପଠାଇଛି।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ