ଅଟୋକୁ ପିଟିଲା ଟିପ୍ପର: ୪ ମୃତ

କୋରାପୁଟ : କୋରାପୁଟ ଜିଲ୍ଲା ବ୍ରାହ୍ମଣୀ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଟୋକୁ ଧକ୍କା ଦେଲା ଟିପ୍ପର । ଏହି ଦୁର୍ଘଟଣାରେ ୪ ଜଣ ପ୍ରାଣ ହରାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୋମବାର ବ୍ରାହ୍ମଣୀ ଗାଁ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଥିଲା ଟିପ୍ପର । ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଆହତ ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛି । ଏହା ସହ ୪ଜଣଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତେବେ ମେଡିକାଲରେ ଭର୍ତ୍ତି ହୋଇଥିବା କିଛି ବ୍ୟକ୍ତିଙ୍କ ଅବସ୍ଥା ଗୁରୁତର ରହିଛି । ସେଥିପାଇଁ ଆଗକୁ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି । ତଦନ୍ତ ପରେ ହିଁ ଦୁର୍ଘଟଣା ସଂପର୍କରେ ଅଧିକ ତଥ୍ୟ ମିଳି ପାରିବ ବୋଲି ଆଶା କରାଯାଉଛି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ