ଅଣ୍ଡା ଉତ୍ପାଦନର ଶକ୍ତି କେନ୍ଦ୍ର ହେବ ଓଡ଼ିଶା: ମନ୍ତ୍ରୀ

ଭୁବନେଶ୍ୱର: ଭରପୁର ପୋଷଣ ଥିବା ଖାଦ୍ୟ ହେଉଛି ଅଣ୍ଡା । ଏହା ଏକ ସମ୍ପୂର୍ଣ୍ଣ ଖାଦ୍ୟ । ସବୁଠାରୁ କମ ମୂଲ୍ୟରେ ମିଳୁଥିବା ଏହି ପ୍ରାଣୀଜ ଖାଦ୍ୟ ହେଉଛି ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟର ଆଧାର ଓ ଗ୍ରାମୀଣ ଅର୍ଥନୀତିର ଉତ୍ସ । ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ଆୟୋଜିତ ରାଜ୍ୟସ୍ତରୀୟ “ବିଶ୍ଵ ଅଣ୍ଡା ଦିବସ” ପାଳନ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହା କହିଛନ୍ତି ।
ଏବେ ଦୈନିକ ପ୍ରାୟ ୧ କୋଟି ୧୭ ଲକ୍ଷ ଅଣ୍ଡା ଉତ୍ପାଦିତ ହେଉଛି । ବାର୍ଷିକ ୩୭୨ କୋଟି ଅଣ୍ଡା ଉତ୍ପାଦନ ହେଉଥିବା ବେଳେ ୨୦୨୯ ସୁଦ୍ଧା ବାର୍ଷିକ ୫୦୦ କୋଟି ଅଣ୍ଡା ଉତ୍ପାଦନ ଲକ୍ଷ୍ୟ ରହିଛି । ଆମ ରାଜ୍ୟରେ ବାର୍ଷିକ ଅଣ୍ଡାର ମୁଣ୍ଡପିଛା ଉପଲବ୍ଧତା ୮୦ ଗୋଟି ଥିବା ବେଳେ ସୁସ୍ଥ ଶରୀର ପାଇଁ ବାର୍ଷିକ ୧୮୨ ଗୋଟି ଅଣ୍ଡାର ଆବଶ୍ୟକତା ରହିଛି ବୋଲି ମାନ୍ୟବର ମନ୍ତ୍ରୀ ପ୍ରକାଶ କରିଥିଲେ । ତେଣୁ ଅଣ୍ଡା ଉତ୍ପାଦନରେ ଆତ୍ମନିର୍ଭର ହେବା ପାଇଁ ପ୍ରତ୍ୟେକ ବ୍ଲକ୍ ଓ ଜିଲ୍ଲାରେ ଯୁବ ଉଦ୍ୟୋଗୀମାନେ ଆଗେଇ ଆସିବାକୁ ମାନ୍ୟବର ମନ୍ତ୍ରୀ ଆହ୍ଵାନ କରିଥିଲେ ।

କୃଷି ଓ ବୈଷୟିକ ବିଶ୍ଵ ବିଦ୍ୟାଳୟର କୁଳପତି ପ୍ରଭାତ କୁମାର ରାଉଳ ଅଣ୍ଡା ଉତ୍ପାଦନରେ ଆମ ରାଜ୍ୟକୁ ସ୍ଵାବଲମ୍ବୀ କରାଇବାର ସଂକଳ୍ପ ନେବା ପାଇଁ ଆହ୍ଵାନ ଦେଇଥିଲେ । ଅତିରିକ୍ତ ଶାସନ ସଚିବ ରିନା ମହାପାତ୍ର ସରକାରଙ୍କ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ । ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶକ ଶ୍ରୀ ବିଜୟ ଅମୃତା କୁଲାଙ୍ଗେ ସ୍ଵାଗତ ଅଭିଭାଷଣ ପ୍ରଦାନ କରିଥିବା ବେଳେ ଅତିରିକ୍ତ ନିର୍ଦ୍ଦେଶକ ହାଡିବନ୍ଧୁ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।

ସୂଚନାଯୋଗ୍ୟ, ପ୍ରତି ବର୍ଷ ଅକ୍ଟୋବର ମାସ ଦ୍ଵିତୀୟ ଶୁକ୍ରବାର ଦିନ “ବିଶ୍ଵ ଅଣ୍ଡା ଦିବସ” ପାଳନ କରାଯାଏ । ଅଣ୍ଡାର ଖାଦ୍ୟଗୁଣ ଓ ଏହାର ଉପକାରିତା ବିଷୟରେ ଲୋକଙ୍କୁ ସଚେତନ କରାଇବା ଓ ଅଣ୍ଡା ଉତ୍ପାଦନ ବୃଦ୍ଧି ଉଦ୍ଦେଶ୍ୟରେ ବିଶ୍ଵ ଅଣ୍ଡା ଦିବସ ପାଳନ କରାଯାଉଅଛି । ଚଳିତ ବର୍ଷର ଥିମ୍ ରହିଛି “ଶକ୍ତିଶାଳୀ ଅଣ୍ଡା: ପ୍ରାକୃତିକ ପୋଷଣରେ ଭରପୂର ।”

“ବିଶ୍ଵ ଅଣ୍ଡା ଦିବସ” ପରିପ୍ରେକ୍ଷୀରେ ଆଜି ଭୁବନେଶ୍ଵରର ବିଭିନ୍ନ ବିଦ୍ୟାଳୟମାନଙ୍କରେ ଅଣ୍ଡାର ଉପାଦେୟ ଗୁଣ ବିଷୟରେ ପିଲାମାନଙ୍କୁ ସଚେତନ କରାଯାଇଥିଲା । ୟୁନିଟ-୧, ୟୁନିଟ-୨, ୟୁନିଟ-୯, ସିଆରପି ଓ କ୍ୟାପିଟାଲ ହାଇସ୍କୁଲରେ ବିଭିନ୍ନ କାର୍ୟ୍ୟକ୍ରମ ଆୟୋଜନ ହୋଇଥିଲା । ଏହା ବ୍ୟତୀତ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ପକ୍ଷରୁ ଭୁବନେଶ୍ଵରର ବିଭିନ୍ନ ଅନାଥାଶ୍ରମରେ ଅନ୍ତେବାସୀମାନଙ୍କୁ ଅଣ୍ଡା ବଣ୍ଟନ କରାଯାଇଥିଲା ।

  • Related Posts

    ସୋମବାରଠୁ ଭିତର ରତ୍ନଭଣ୍ଡାର ଗଣତି ମଣତି

    ପୁରୀ: ଆଜି ସରିବ ବାହାର ରତ୍ନ ଭଣ୍ଡାର ଗଣତି ମଣତି। ଗତକାଲି ତୃତୀୟ ଦିନରେ ବାହାର ରତ୍ନଭଣ୍ଡାର ଅଳଙ୍କାରର ପ୍ରାୟ ୯୦% ଅଳଙ୍କାରର ଗଣତି ମଣତି ସରିଛି। ସମସ୍ତ ଅଳଙ୍କାରର ଥ୍ରୀଡୀ ମ୍ୟାପିଂ ସହ ଭିଡିଓଗ୍ରାଫି ଓ ଫଟୋଗ୍ରାଫି ହୋଇଛି। ଆସନ୍ତା…

    Continue reading
    କ୍ୟାବିନେଟ ନିଷ୍ପତ୍ତି : କେନ୍ଦୁଝର ଜିଲ୍ଲାରେ ୧୬୪୭କୋଟି ଟଙ୍କାର ଅତ୍ୟାଧୁନିକ ଗ୍ରୀଡ୍ ସବଷ୍ଟେସନ

    ଭୁବନେଶ୍ୱର: ରାଜ୍ୟରେ ଶକ୍ତି, ପରିବହନ ଓ ପାନୀୟ ଜଳ କ୍ଷେତ୍ର ସମେତ ୫ଟି ବିଭାଗର ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ କେନ୍ଦୁଝରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ