ଅତିଥି ଶିକ୍ଷକ ନିଯୁକ୍ତି ପ୍ରସଂଗ: ସରକାରଙ୍କୁ ପ୍ରଶ୍ନ କଲେ ହାଇକୋର୍ଟ, ଯୁବବର୍ଗ ଯିବେ କୁଆଡେ?

କଟକ,24/09:ଯୋଗ୍ୟ ବେକାର ଯୁବକ ଯୁବତୀଙ୍କୁ ସୁଯୋଗ ନ ଦେଇ ରାଜ୍ୟ ସରକାର ବିଭିନ୍ନ ସ୍କୁଲରେ ଅବସରପ୍ରାପ୍ତଙ୍କୁ ଅତିଥି ଶିକ୍ଷକ ଭାବେ ନିଯୁକ୍ତି ଦେବା ନିଷ୍ପତ୍ତିକୁ ଚାଲେଞ୍ଜ କରି ଦାୟର ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନିୟମିତ ନିଯୁକ୍ତି ପ୍ରକ୍ରିୟା ନ କରି ତଥା ଉପଯୁକ୍ତ ଶିକ୍ଷାଗତ ଯୋଗ୍ୟତା ଥିବା ବେକାର ଯୁବ ବର୍ଗଙ୍କୁ ସୁଯୋଗ ନଦେଇ ଅବସରପ୍ରାପ୍ତଙ୍କୁ ନିଯୁକ୍ତି ଦିଆଯିବା ପ୍ରସଂଗକୁ ନେଇ ହାଇକୋର୍ଟ ଆଜି ଉଦବେଗ ପ୍ରକାଶ କରିଛନ୍ତି। ଖାଲି ପଦବି ପାଇଁ ନିୟମିତ ବ୍ୟବଧାନରେ କାହିଁକି ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ହେଉ ନାହିଁ ବୋଲି ଶୁଣାଣି ବେଳେ ହାଇକୋର୍ଟ ସରକାରଙ୍କୁ ପ୍ରଶ୍ନ କରିଥିଲେ। ଏଥି ସହିତ ଶିକ୍ଷିତ ଯୁବକ ଯୁବତୀ କୁଆଡେ ଯିବେ ବୋଲି ହାଇକୋର୍ଟ ଶୁଣାଣି ବେଳେ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଥିଲେ। ୬୩୮୭ ଅତିଥି ଶିକ୍ଷକ ନିଯୁକ୍ତି ସଂପର୍କିତ ସରକାରଙ୍କ ନିଷ୍ପତ୍ତିକୁ ରଦ୍ଦ କରିବା ପାଇଁ ଦାୟର ଏହି ମାମଲାରେ ସତ୍ୟପାଠ ମାଧ୍ୟମରେ ଜବାବ ରଖିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଏଥି ସହିତ ରାଜ୍ୟର ଶିକ୍ଷାନୁଷ୍ଠାନ ଗୁଡ଼ିକରେ କେତେ ଶିକ୍ଷକ ପଦବି ଖାଲି ପଡ଼ିଛି ସେ ନେଇ ତଥ୍ୟ ଦାଖଲ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ଖାଲି ପଡ଼ିଥିବା ପଦବି ଗୁଡ଼ିକ ପୂରଣ ପାଇଁ କଣ ପଦକ୍ଷେପ ଗ୍ରହଣ କରାଯାଇଛି ସେ ନେଇ ଅବଗତ କରିବାକୁ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗକୁ ହାଇକୋର୍ଟ କହିଛନ୍ତି। ଜଷ୍ଟିସ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ନେଇ ଗଠିତ ଖଣ୍ଡପୀଠ ଅର୍ପିତା ପ୍ରିୟଦର୍ଶିନୀ ଓ ଅନ୍ୟ ତିନି ଜଣଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଅକ୍ଟୋବର ୮କୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

  • Related Posts

    ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଅତ୍ୟାବଶ୍ୟକୀୟ ସାମଗ୍ରୀର ଉପଲବ୍ଧତା ସମ୍ପର୍କରେ ନିୟମିତ କରନ୍ତୁ ମନିଟରିଂ

    ଭୁବନେଶ୍ବର : ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ ଆଭାସୀ ମାଧ୍ୟମରେ ଆଲୋଚନା କରି ଜିଲ୍ଲାସ୍ତରୀୟ ଏନ୍ଫୋର୍ସମେଣ୍ଟ ସ୍କ୍ୱାଡ୍କୁ ୨୪ ଘଣ୍ଟିଆ ଆକ୍ସନ୍…

    Continue reading
    ଆଜି ଖରିଫ୍‌ ଧାନକିଣା ଶେଷ, ମନ୍ତ୍ରୀ କହିଲେ ଆଉ ୨ ଦିନ ବଢିପାରେ

    ଭୁବନେଶ୍ୱର: ଆଜି ରାଜ୍ୟରେ ଶେଷ ହେବ ଖରିଫ୍ ଧାନକିଣା । ହେଲେ ଏ ପର୍ଯ୍ୟନ୍ତ ରାଜ୍ୟରେ ଧାନ ବିକ୍ରି କରିବାକୁ ପଞ୍ଜିକରଣ କରିଥିବା ଲକ୍ଷାଧିକ ଚାଷୀ ଧାନ ବିକ୍ରି କରିନପାରି ଅପେକ୍ଷା କରି ବସିଛନ୍ତି । ରାଜ୍ୟରେ କେଉଁଠି ରାସ୍ତାରୋକ ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ