ଅତି ଭୀଷଣ ବର୍ଷା: ୩ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ସୋମବାର ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଅତି ଭୀଷଣ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ବିକ୍ଷିପ୍ତ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ଏହି ତିନି ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି ।
ପଶ୍ଚିମ କେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାକୁ ଲାଗିଥିବା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଥିବା ସମୁଦ୍ର ଉପରେ ଥିବା ଘୂର୍ଣ୍ଣିବଳୟ ରବିବାର ଅପରାହ୍ନରେ ଲଘୁଚାପରେ ପରିଣତ ହୋଇଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ। ୧୯ ତାରିଖସକାଳୁ ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୋମବାର କଳାହାଣ୍ଡି, ରାୟଗଡ଼ା ଓ ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି। ମଙ୍ଗଳବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଓ ବଲାଙ୍ଗୀରରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ