ଭୁବନେଶ୍ୱର,19/10: ଡିମାର୍କେସନ ପାଇଁ ଆଉ ବାରମ୍ବାର ତହସିଲ ଦୌଡିବାକୁ ପଡ଼ିବନି କିମ୍ବା କାହାକୁ ହାତଗୁଞ୍ଜା ଦେବାକୁ ପଡିବନି । ଆଉ ମାସ ମାସ ବି ସମୟ ଗଡିବନି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ରାଜସ୍ୱ ବିଭାଗ ଅଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କୁହାଯାଇଛି , ଜମି ଡିମାର୍କେସନ ପାଇଁ ଅନଲାଇନରେ ଆବେଦନ କଲେ ଏଣିକି ତାରିଖ ମିଳିବ। ସେହିଦିନ ତହସିଲ ଅଧିକାରୀ, ଅମିନ ଓ ପୋଲିସ ଆସି ଆପଣଙ୍କ ଜମିର ଡିମାର୍କସେନ କରିବେ। ଆବେଦନ ପାଇଁ ପ୍ରଥମେ ରାଜସ୍ବ ବିଭାଗର ଅନଲାଇନ ସାଇଟକୁ ଯିବାକୁ ପଡିବ। ସେଥିରେ ମୋବାଇଲ ନମ୍ବର ପଞ୍ଜିକରଣ କରି ଡିମାର୍କସେନ ପାଇଁ ଆବେଦନ କରିବାକୁ ହେବ। ପରେ ଆବଶ୍ୟକୀୟ ଜମି କାଗଜ ପତ୍ର ସହ ଫି ଦେବାକୁ ପଡିବ। ଆବେଦନ ସବମିଟ କରିବା ପରେ ତହସିଲଦାର ଆପଣଙ୍କ ଆବେଦନ ଯାଞ୍ଚ କରି ଆପଣଙ୍କ ମୋବାଇଲ ନମ୍ବରକୁ ତାରିଖ ପଠାଇବେ। SMS ଦ୍ବାରା ତାରିଖ ଆସିବ। ସେହିଦିନ ତହସିଲ ଅଧିକାରୀ ଏବଂ ଅମିନ ଆସି ଆପଣଙ୍କ ଜମିର ଡିମାର୍କସେନ କରିବେ।
ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍
ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…







