ଅନାସ୍ଥାରେ ହାରିଲେ ଫ୍ରାନ୍ସ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଫ୍ରାନ୍ସ ପ୍ରଧାନମନ୍ତ୍ରୀ ମାଇକେଲ ବର୍ନିଅର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଫଳରେ ତାଙ୍କୁ ପ୍ରଧାନମନ୍ତ୍ରୀ ପଦ ହରାଇବାକୁ ପଡ଼ିବ। ଗୁରୁବାର ଫ୍ରାନ୍ସ ସଂସଦରେ ଅନାସ୍ଥା ଭୋଟ ହୋଇଥିଲା। ଅନାସ୍ଥାରେ ବିଜୟୀ ହେବା ଲାଗି ବର୍ନିଅରଙ୍କୁ ୨୮୮ ଭୋଟ ଆବଶ୍ୟକ ଥିଲା। କିନ୍ତୁ ୩୩୧ ଜଣ ତାଙ୍କ ବିରୋଧରେ ଭୋଟ ଦେବା ସହିତ ଅନାସ୍ଥାକୁ ସମର୍ଥନ କରିଥିଲେ। ଅନାସ୍ଥା ପ୍ରସ୍ତାବ ସପକ୍ଷରେ ବିରୋଧୀ ବାମ ମେଣ୍ଟ ଦଳଗୁଡ଼ିକ ସହିତ ଶାସକ ଦଳର ସଦସ୍ୟମାନେ ବି ଭୋଟ ଦେଇଥିଲେ। ଯାହା ଫଳରେ ବର୍ନିଅରଙ୍କୁ ପଦ ହରାଇବାକୁ ପଡ଼ିଛି। ୩ ମାସ ତଳେ ରାଷ୍ଟ୍ରପତି ଏମାନୁଏଲ ମାକ୍ରନ ପ୍ରଧାନମନ୍ତ୍ରୀ ଭବେ ବର୍ନିଅରଙ୍କୁ ନିଯୁକ୍ତ କରିଥିଲେ।
ସାମ୍ବିଧାନିକ ନିୟମ ଅନୁସାରେ ଆସନ୍ତା ୨୦୨୫ ଜୁଲାଇ ମାସ ପୂର୍ବରୁ ଫ୍ରାନ୍ସରେ ସାଧାରଣ ନିର୍ବାଚନ ହୋଇପାରିବ ନାହିଁ। ତେଣୁ ରାଷ୍ଟ୍ରପତିଙ୍କୁ ଆଉ ଜଣେ ନୂତନ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ପଡ଼ିବ। ସେ ପର୍ୟ୍ୟନ୍ତ ବର୍ନିଅର କାମଚଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ଵ ତୁଲାଇବେ।

ସୂଚନାଯୋଗ୍ୟ, ୟୁରୋପୀୟ ସଂଘ ନିର୍ବାଚନରେ ଫ୍ରାନ୍ସର ମାରିଏନ ଲା ପେନ୍‌ଙ୍କ ନ୍ୟାସନାଲ ରାଲି ପାର୍ଟି ବହୁମତ ସହିତ ବିଜୟୀ ହେବା ପରେ ଦେଶରେ ରାଜନୈତିକ ସଙ୍କଟ ଆରମ୍ଭ ହୋଇଛି।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ