ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ସରକାରୀ କ୍ଷେତ୍ରରେ ଅନୁକମ୍ପାମୂଳକ ନିଯୁକ୍ତିରେ ଆବେଦନ ତାରିଖ ବଦଳରେ ମୃତ୍ୟୁ ତାରିଖ ବିଚାରକୁ ନିଆଯିବ। ଓଡ଼ିଶା ବେସାମରିକ ସେବା (ଥଇଥାନ ସହାୟତା) ନିୟମ ୨୦୧୬ ଲାଗୁ ହେବା ପରେ ଏବଂ ଓଡ଼ିଶା ବେସାମରିକ ସେବା (ଥଇଥାନ ସହାୟତା) ନିୟମ ୨୦୨୦ ଲାଗୁ ହେବା ପୂର୍ବରୁ ସମ୍ପୃକ୍ତ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ଆବଶ୍ୟକ। ସମ୍ପୃକ୍ତ ପରିବାରର ବାର୍ଷିକ ଆୟ ୧,୯୧,୦୦୦ ଟଙ୍କା (ପରିବାର ପେନସନ୍‌କୁ ଛାଡ଼ି)ରୁ ଅଧିକ ହୋଇନଥିବା ଆବଶ୍ୟକ। ଆଜି ଏ ସଂକ୍ରାନ୍ତରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିୟମ ଲାଗୁ ହେବା ଫଳରେ ଅନୁକମ୍ପା ନିଯୁକ୍ତିକୁ ନେଇ ନ୍ୟାୟାଳୟରେ ବିଚାରାଧୀନ ଥିବା ଶତାଧିକ ମାମଲାର ପରିସମାପ୍ତି ଘଟିବ ବୋଲି କୁହାଯାଇଛି। ଏହି ନୂଆ ନିୟମ ଓଡ଼ିଶା ବେସାମରିକ ସେବା (ଥଇଥାନ ସହାୟତା) ନିୟମ-୨୦୨୫ ଭାବେ ଜଣାଯିବ। ମୃତ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ ପ୍ରକ୍ରିୟାକୁ ସରଳ କରିବା ଲାଗି ମାର୍ଚ୍ଚ ୨୧ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ହୋଇଥିଲା।

ବିଭାଗ ପକ୍ଷରୁ କୁହାଯାଇଛି ଯେ, ୨୦୨୦ରେ ଏହି ନିୟମ ଲାଗୁ ହେବା ତାରିଖ ପୂର୍ବରୁ ଥଇଥାନ ସହାୟତା ସମ୍ୱନ୍ଧିତ ସମସ୍ତ ବିଚାରାଧୀନ ଆବେଦନ ୧୯୯୦ରେ ପ୍ରଚଳିତ ନିୟମ ଅନୁଯାୟୀ ବିଚାର କରାଯିବ। ୨୦୨୦ ମସିହା ନିୟମ ଲାଗୁହେବା ପୂର୍ବରୁ ଯେଉଁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି, ସେମାନଙ୍କ ପରିବାର ପାଇଁ ୧୯୯୦ ନିୟମ ଲାଗୁହେବ। ୨୦୧୬ ପୂର୍ବରୁ ଯେଉଁ ମୃତ କର୍ମଚାରୀଙ୍କ ପରିବାର ସଦସ୍ୟ ନିଯୁକ୍ତି ପାଇଁ ଆବେଦନ କରିବା ସମୟରେ ଅସହାୟ ପ୍ରମାଣ ପତ୍ର ଦେଇଥିବେ ସେମାନଙ୍କୁ ଆଉ ତାହା ଦାଖଲ କରିବା ଆବଶ୍ୟକ ନାହିଁ। କିନ୍ତୁ ୨୦୧୬ରୁ ୨୦୨୦ ମଧ୍ୟରେ ମୃତ୍ୟୁ ପାଇଁ ନିଯୁକ୍ତି ଆବେଦନ କରିଥିଲେ ଜିଲ୍ଲାପାଳଙ୍କ ଠାରୁ ପରିବାରର ଆର୍ଥିକ ସ୍ଥିତି ସମ୍ପର୍କିତ ପ୍ରମାଣପତ୍ର ଦାଖଲ କରିବା ବାଧ୍ୟତାମୂଳକ ହେବ। ଗେଜେଟ ପ୍ରକାଶ ଦିନ ଠାରୁ ଏହି ଅନୁକମ୍ପା ନିଯୁକ୍ତି ନିୟମ କାର୍ୟ୍ୟକାରୀ ହେବ ବୋଲି କୁହାଯାଇଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ