ଅନେକ ବିଡ଼ିଓ ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି :ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବିଡିଓ ଓ ସିଡିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତାଗିଦ । ଅନେକ ବିଡ଼ିଓ ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି । ସମ୍ମାନ ଦେଉନାହାନ୍ତି, ଚେୟାର ବି ଦେଉ ନାହାନ୍ତି । କେବଳ ବିଧାୟକ କି ବିଧାୟିକା ନୁହେଁ ମୁଖ୍ୟମନ୍ତ୍ରୀଙ୍କୁ ବି ସମ୍ମାନ ଦେଉନାହାନ୍ତି କିଛି ବିଡ଼ିଓ । ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ଭିଡିଓ କନଫରେନ୍ସିଂ ଚାଲୁଥିବା ବେଳେ ଟିଭି ବନ୍ଦ କରି ଦିଆଯାଉଛି । ସଭାରୁ ଲୋକଙ୍କୁ ଚାଲିଯିବାକୁ କୁହାଯାଉଛି । ଏହାର ପରିଣାମ କ’ଣ ହେବ ବୁଝି ନିଅନ୍ତୁ । ମୋର ସରଳତା ଦୁର୍ବଳତା ନୁହେଁ । ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛି, ଆଦିବାସୀ ବର୍ଗରୁ ପ୍ରତିନିଧିତ୍ଵ କରୁଛି । କିନ୍ତୁ ବହୁତ ବଡ ନିଷ୍ପତ୍ତି ନେଇପାରେ । ମୋ ପାଖରେ ସବୁ ରିପୋର୍ଟ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କାଳ ପଖାଳ ଆଉ ନାହିଁ । ନୂଆ ସରକାରଙ୍କ ଆଭିମୁଖ୍ୟକୁ ନେଇ କାମ କରିବାକୁ ପଡ଼ିବ । ଯିଏ କାମ ନ କରିବ କ୍ଷମା ନାହିଁ । କୌଣସି ରାଜନୈତିକ ଚାପରେ ବଶବର୍ତ୍ତୀ ନହୋଇ କାମ କରିବାକୁ ପରାମର୍ଶ । ବର୍ତ୍ତମାନ ଏଇ ବିଭାଗର ଅତିରିକ୍ତ ସଚିବ ଥିବା ମନୋଜ କୁମାର ମହାନ୍ତି ବିଡ଼ିଓ ଥିବା ବେଳେ ଭଲ କାମ କରିଥିବା କହି ଉଦାହରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

  • Garvita Odia

    Related Posts

    ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ, ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ…

    ଆଜି ଫୁଲବାଣୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

    ଫୁଲବାଣୀ: ଆଜି ଫୁଲବାଣୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ଗସ୍ତ । ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି । ମୁଖ୍ୟମନ୍ତ୍ରୀ ଫୁଲବାଣୀ ସହର ଉପକଣ୍ଠ ତିଲକପଡ଼ା ଠାରେ ନିର୍ମିତ ସରକାରୀ…

    Leave a Reply

    Your email address will not be published. Required fields are marked *

    You Missed

    ଘର ଭିତରେ ବିସ୍ଫୋରଣ:ମହିଳା ମୃତ

    ଘର ଭିତରେ  ବିସ୍ଫୋରଣ:ମହିଳା ମୃତ

    ରାସ୍ତାରେ କ୍ରାଶ ଲ୍ୟାଣ୍ଡିଂ କଲା ହେଲିକପ୍ଟର

    ରାସ୍ତାରେ କ୍ରାଶ ଲ୍ୟାଣ୍ଡିଂ କଲା ହେଲିକପ୍ଟର

    ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ, ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ, ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ

    ଆଜି ଫୁଲବାଣୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

    ଆଜି ଫୁଲବାଣୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

    ଏନକାଉଣ୍ଟର: ମାଓନେତା ଭାସ୍କର ମୃତ

    ଏନକାଉଣ୍ଟର: ମାଓନେତା ଭାସ୍କର ମୃତ

    ତିନି ରଥରେ ଉଠିଲା ଚାରିନାହାକା

    ତିନି ରଥରେ ଉଠିଲା ଚାରିନାହାକା