ଅନ୍ୟ କୌଣସି ଜିଲାରୁ ଇଭିଏମ୍‌ ଆସିନାହିଁ- ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଇଭିଏମ୍‌ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍‌ ଆସିନାହିଁ । ଗତକାଲି ବିଜେଡି ପକ୍ଷରୁ ଇଭିଏମ ଚୋରିର ଅଭିଯୋଗ ଆସିଥିଲା । ମୁଖ୍ୟ ନିର୍ବାଚନ ଅଧିକାରୀ ଏନେଇ କହିଛନ୍ତି ରାଜ୍ୟର ୩୦ଟି ଜିଲାରେ ଇଭିଏମ୍‌ ଷ୍ଟ୍ରଙ୍ଗରୁମରେ ରହିଛି । ପ୍ରତ୍ୟେକ ଷ୍ଟ୍ରଙ୍ଗରୁମରେ ୩ମାସରେ ଥରେ ଲେଖାଏଁ ଯାଞ୍ଚ କରାଯାଏ । ଯାଞ୍ଚ ସମୟରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧି ଉପସ୍ଥିତ ରହିଥାନ୍ତି । ଅଭିଯୋଗ ପରେ ଗଞ୍ଜାମର ୨ ୱେୟାରହାଉସର ସିସିଟିଭି ଫୁଟେଜ ଯାଞ୍ଚ ହୋଇଥିଲା । ଏଯାଏ ଇଭିଏମକୁ ନେଇ ବିରୋଧୀଙ୍କ ଗୋଟିଏ ବି ଅଭିଯୋଗ ପ୍ରମାଣିତ ହୋଇନାହିଁ । ସମସ୍ତ ଯାଞ୍ଚର ଭିଡ଼ିଓଗ୍ରାଫି ହୋଇଥିବା ନେଇ ସୂଚନା ମିଳିଛି ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ