ଅବଢ଼ା ଯୋଜନାରେ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଢ଼ା ଯୋଜନା ଅଧିନରେ ପୁରୀରେ କାର୍ଯ୍ୟକାରୀ ହେଉଥିବା ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପାଇଁ ୬୫୮.୦୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହା ଦ୍ୱାରା ପ୍ରକଳ୍ପ ପାଇଁ ପୂର୍ବ ଅପେକ୍ଷା ଅଧିକ ୧୦୦.୮୩ କୋଟି ଟଙ୍କା ବିନିଯୋଗ ହେବ। ଏହି ଅର୍ଥ ମଞ୍ଜୁର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାପ୍ରଭୁଙ୍କ ଧାମର ବିକାଶ ପାଇଁ ଯେତେ ଅର୍ଥ ଆବଶ୍ୟକ ନିଶ୍ଚୟ ଦିଆଯିବ। ଏଥିପାଇଁ ଅର୍ଥର ଅଭାବ ହେବ ନାହିଁ। ସୂଚନାଯୋଗ୍ୟ ଯେ, ପୁରୀରେ ଅବଢା (Augmentation Basic Amenities and Development of Heritage and Architecture) ଯୋଜନାରେ ଜଗନ୍ନାଥ ବଲ୍ଲଭ ପିଲ୍‌ଗ୍ରିମ୍ ସେଣ୍ଟର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ଏବଂ ଏହା ସହିତ ମୁସା ନଦୀର ସଂପ୍ରସାରଣ ଆଦି ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ପ୍ରାରମ୍ଭିକ ବଜେଟ ଅନୁଯାୟୀ ଏଥିପାଇଁ ୫୫୭.୧୯ ଟଙ୍କା ମଞ୍ଜୁର ହୋଇଥିଲା। ତେବେ ଏହି ପ୍ରକଳ୍ପରେ ଆଉ ଅଧିକ ନିର୍ମାଣ କାର୍ଯ୍ୟକ୍ରମ ମଧ୍ୟ ହାତକୁ ନିଆଯାଇଛି । JBPCର ପଞ୍ଚମ ମହଲାରେ ୨ ହଜାର ଆସନ ବିଶିଷ୍ଟ ଏକ ମଲ୍‌ଟି ପର୍ପୋଜ୍ ହଲ୍ ନିର୍ମାଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏହାସହିତ ପ୍ରକଳ୍ପଜନିତ ଅନ୍ୟାନ୍ୟ ଆବଶ୍ୟକତା ଯୋଗୁ ଏଥିପାଇଁ ଅଧିକ ଅର୍ଥର ଆବଶ୍ୟକତା ଥିଲା।
ମୁଖ୍ୟମନ୍ତ୍ରୀ ଏହି ଆବଶ୍ୟକତାକୁ ଅନୁଭବ କରି ପ୍ରକଳ୍ପ ମୂଲ୍ୟ ବୃଦ୍ଧି କରି ବର୍ତ୍ତମାନ ଏହି ପ୍ରକଳ୍ପ ପାଇଁ ୬୫୮,୦୩,୭୦,୦୦୦ ଟଙ୍କା ମଞ୍ଜୁର କରିଛନ୍ତି। ଏହା ଦ୍ୱାରା ପ୍ରକଳ୍ପ ମୂଲ୍ୟରେ ୧୦୦,୮୩,୮୫,୦୦୦ ଟଙ୍କା ବୃଦ୍ଧି ପାଇଛି।

  • Related Posts

    ଏସ୍ଆଇ ପରୀକ୍ଷା କେଳେଙ୍କାରୀ: ଆକ୍ସନ୍ ମୋଡ୍‌ରେ ଇଡି

    ବାଙ୍କୀ: ପୁଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ଆକ୍ସନ୍ ମୋଡ୍‌ରେ ଆସିଛି ଇଡି । ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ କଳାପଥରସ୍ଥିତ ପୈତୃକ ଘର ସମେତ ଶଙ୍କର ପୃଷ୍ଟି ଓ ସୁରେଶ ନାୟକଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ପ୍ରବର୍ତ୍ତନ ନର୍ଦ୍ଦେଶାଳୟ…

    Continue reading
    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ