ଅବପାତ; ଆଜି ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଅବପାତରେ ପରିଣତ ହେଲା ସଦୃଶ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତର ରୂପ ନେଇଛି । ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ଆଜିବି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ।୪ ଦିନ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଆଜି ସକାଳୁ ସକାଳୁ କିଛି ସ୍ଥାନରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି । ୨ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି । କିଛି ଜିଲ୍ଲାରେ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଝଟକା ପବନ ୪୦ ରୁ ୫୦ କିମି ବେଗରେ ବହିବାର ସମ୍ଭାବନା ଥିବାରୁ ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନଯିବାକୁ କୁହାଯାଇଛି ।ଆଜି ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଡଘଡି ଓ ବିଜୁଳି ନେଇ ରେଡ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ । ସେହିପରି ବାଲେଶ୍ବର, ସମ୍ବଲପୁର, ଦେବଗଡ, ଅନୁଗୋଳ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର୍ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଅବଶିଷ୍ଟ ୧୮ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନାକୁ ଥିବାରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।ରାଜ୍ୟର କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବା ସମ୍ଭାବନା ଥିବାରୁ ଆକସ୍ମିକ ବନ୍ୟା ଆସିବା ନେଇ ସତର୍କ କରାଯାଇଛି । ସମସ୍ତ ଜିଲ୍ଲାପାଳଙ୍କୁ ସଚେତନ ରହିବା ସହ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ